www.samajalive.in
Sunday, December 7, 2025
23.1 C
Bhubaneswar

ପାରାଦ୍ବୀପ ଠାରୁ ୭୩୦ କିମି. ଦୂରରେ ଅମ୍ପନ : ବାଂଲାଦେଶର ହାତିଆ ଦ୍ବୀପରେ ସ୍ଥଳ ଭାଗ ଛୁଇଁବ

ଭୁବନେଶ୍ବର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଭୟଙ୍କର ସାମୁଦ୍ରିକ ଝଡ ଅମ୍ପନ ମହାବାତ୍ୟାର ରୂପ ନେଇ ପାରାଦ୍ବୀପ ଠାରୁ ୭୩୦ କିମି. ଦୂରରେ ରହିଛି । ଗତ ୬ ଘଣ୍ଟା ହେବ ଏହା ଘଣ୍ଟା ପ୍ରତି ୭କିମି. ବେଗରେ ଉତ୍ତର ଦିଗକୁ ଗତି କରୁଛି । ୨୦ ତାରିଖ ଅପରାହ୍ନ ଅବା ସଂଧ୍ୟା ସୁଦ୍ଧା ଏହା ପଶ୍ଚିମବଙ୍ଗର ଦୀଘା ଏବଂ  ସୁନ୍ଦରବନ ନିକଟ ବାଂଲାଦେଶର ହାତିଆ ଦ୍ବୀପରେ ସ୍ଥଳ ଭାଗ ସ୍ପର୍ଶ କରିବାର ଅନୁମାନ କରାଯାଉଛି । ପାଣିପାଗ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ବୁଲେଟିନ ଜାରି କରାଯାଇଛି ।  ଅମ୍ପନ ହାତିଆ ଦ୍ବୀପରେ ସ୍ଥଳ ଛୁଇଁଲା ବେଳକୁ ଘଣ୍ଟାପ୍ରତି ୧୬୫ରୁ ୧୭୫ ଏବଂ ସ୍ଥଳ ବିଶେଷରେ ଘଣ୍ଟାପ୍ରତି ୧୮୫କିମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ସୋମବାର ଗଞ୍ଜାମ, ଗଜପତି, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

- Advertisement -

ମଙ୍ଗଳବାର ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହପରି କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories