www.samajalive.in
Monday, December 8, 2025
24.1 C
Bhubaneswar

ଚଳିତ ଖରିଫ ଋତୁରେ ୯୬ ଲକ୍ଷ ଟନ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟ

ଭୁବନେଶ୍ବର : ରାଜ୍ୟରେ ଚଳିତ ଖରିଫ ଋତୁରେ ୯୬ ଲକ୍ଷ ଟନ ଖାଦ୍ୟଶସ୍ୟ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ କରୋନା ସଂକଟ ସତ୍ବେ କୃଷି କାର୍ଯ୍ୟକୁ କ୍ରିୟାଶୀଳ କରିବାକୁ କୃଷି କୃଷକ ସଶକ୍ତୀକରଣ,  ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦେଶ ଦେଇଛନ୍ତି। ପଞ୍ଚାୟତରେ ୨୦୨୦ ଖରିଫ ଋତୁ କାର୍ଯ୍ୟକ୍ରମର ଖସଡା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଡ. ସାହୁଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନସିଂ ଜରିଆରେ ବିଭାଗୀୟ ଅଧିକାରୀଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା।  କୋଭିଡ-୧୯ ପରିପ୍ରେକ୍ଷୀରେ କୃଷିକୁ କିଭଳି ଚଳଚଞ୍ଚଳ କରାଯାଇପାରିବ ସେ ନେଇ ଆଲୋଚନା ହୋଇଥିଲା। ରାଜ୍ୟର ୭୦ ଭାଗ ଲୋକ କୃଷି ଉପରେ ନିର୍ଭର କରୁଥିବାବେଳେ ଏହି ଆପାତକାଳୀନ ସ୍ଥିତିରେ ଏହା ଏକ ମାତ୍ର ଆଲୋକର ଶୀଖା ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି।  ଖରିଫ ଋତୁରେ ରାଜ୍ୟରେ ୬୧.୮୦ ଲକ୍ଷ ହେକ୍ଟର ଜମିରେ ବିଭିନ୍ନ ଫସଲ ଚାଷ ହୋଇଥାଏ। ଏହାକୁ ତ୍ବରାନ୍ବିତ କରିବା ସହ ଚଳିତ ଖରିଫ ଋତୁରେ ୯୬ ଲକ୍ଷ ଟନ ଖାଦ୍ୟଶସ୍ୟ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୈଠକରୁ ଜଣାପଡିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ଟି ଆଧାରରେ ସମସ୍ତ କୃଷି କାର୍ଯ୍ୟ ଆଗେଇ ନେବା ସହ କୌଣସି ପ୍ରକାର ଅପ୍ରତ୍ୟାଶିତ ପରିସ୍ଥିତିର ସମ୍ମୁଖୀନ ହେବା ପାଇଁ ପ୍ରସ୍ତୁତ ରହିବାକୁ ସେ ସଂପୃକ୍ତ ସମସ୍ତ ଅଧିକାରୀଙ୍କୁ କହିଛନ୍ତି। ଚାଷୀଙ୍କ ପାଖରେ କୃଷି ସମ୍ବନ୍ଧୀୟ ସୂଚନା ପହଞ୍ଚାଇବା ପାଇଁ ସାମାଜିକ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି । ପ୍ରତି ପଞ୍ଚାୟତରେ ୧୦୦ରୁ ୨୦୦ ଚାଷୀଙ୍କୁ ନେଇ ୱାଟସଆପ୍‌ ଗ୍ରୁପ କରି ବିଭିନ୍ନ କୃଷି ସୂଚନା ଓ ପରାମର୍ଶ ବିଭିନ୍ନ ଭିଡିଓ କ୍ଲିପ ମାଧ୍ୟମରେ ପ୍ରଦାନ କରାଯାଉଥିବା ଡ ସାହୁ ସୂଚନା ଦେଇଛନ୍ତି। ଏହି ବୈଠକରେ ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ଖାଦ୍ୟ ଓ ଯୋଗାଣ ଏବଂ ସମବାୟ ସଚିବ ବୀର ବିକ୍ରମ ଯାଦବ, ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର କୁଳପତି ଡ ପବନ କୁମାର ଅଗ୍ରୱାଲ, କୃଷି ବିଭାଗ ସ୍ବତନ୍ତ୍ର ସଚିବ ସୁରେଶ କୁମାର ବଶିଷ୍ଟ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦେଶକ ଡ. ଏମ ମୁଥୁକୁମାର, ମୃତିକାସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦେଶକ ହେମନ୍ତ କୁମାର ପଣ୍ଡାଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories