www.samajalive.in
Saturday, December 13, 2025
14.1 C
Bhubaneswar

ଆମ୍ଫନ ମୁକାବିଲା: ନବୀନ, ମମତାଙ୍କ ସହ କଥା ହେଲେ ଶାହ

ନୂଆଦିଲ୍ଲୀ: ବାତ୍ୟା ଆମ୍ଫନ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ମୁହାଁଇବ। ପଶ୍ଚିମବଙ୍ଗର ସୁନ୍ଦରବନରେ ଏହା ସ୍ଥଳଭାଗ ଛୁଇଁବା ଆଶଙ୍କା କରଯାଉଛି। ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ବ୍ୟାପକ କ୍ଷୟକ୍ଷତି ଘଟାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଏହା ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ୧୧୦ରୁ ୧୩୦ କିଲୋମିଟର ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ବ୍ୟାପକ ପ୍ରସ୍ତୁତି ଚଳାଇଥିବାବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ମଙ୍ଗଳବାର କଥା ହୋଇଛନ୍ତି। କେନ୍ଦ୍ର ପକ୍ଷରୁ ଯଥାସମ୍ଭବ ସହାୟତା ଯୋଗାଇ ଦିଆଯିବ ବୋଲି ଏହି ଅବସରରେ ଶାହ ଉଭୟ ରାଜ୍ୟକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ଶାହ ପ୍ରଥମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ବାତ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଗୃହ ମନ୍ତ୍ରଣାଳୟ ସୂତ୍ର ଅନୁସାରେ, ଶାହ ମମତାଙ୍କୁ ପ୍ରତଶ୍ରୁତି ଦେଇ କହିଛନ୍ତି ଯେ, କେନ୍ଦ୍ର ସହାୟତା କରିବା ଲାଗି ପ୍ରତିବଦ୍ଧ ରହିଛି ଏବଂ ଏନଡିଆରଫ ଟିମ୍‌କୁ ପୂର୍ବରୁ ପଠାଯାଇ ସାରିଛି। ଏହା ପରେ ଶାହ ନବୀନଙ୍କ ସହିତ କଥା ହେବା ସହିତ ରାଜ୍ୟ ସରକାର କରିଥିବା ପ୍ରସ୍ତୁତିର ସମୀକ୍ଷା କରିଥିଲେ। କେନ୍ଦ୍ର ସରକାର ସମସ୍ତ ସହାୟତା କରିବାକୁ ପ୍ରସ୍ତୁତ ଥିବା ଶାହ ନବୀନଙ୍କୁ କହିଥିଲେ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories