www.samajalive.in
Saturday, December 6, 2025
23.1 C
Bhubaneswar

ଲକ୍ଷେ ଟପିଲା ଓଡ଼ିଶାରେ କୋଭିଡ୍‌-୧୯ ପରୀକ୍ଷଣ; ମୋଟ ପଜିଟିଭ୍‌ ୯୭୮, ସୁସ୍ଥ ୩୦୭

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ କୋଭିଡ-୧୯ ପରୀକ୍ଷଣ ଏକ ଲକ୍ଷ ଟପିଥିବାରୁ ଖୁସୀ ପ୍ରକଟ କରିଛନ୍ତି। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ କୋଭିଡ-୧୯ ପରୀକ୍ଷଣ ସଂଖ୍ୟା ବୃଦ୍ଧି କରାଯାଇଛି। ଆଧୁନିକ ପରୀକ୍ଷାଗାର ଏବଂ ଉନ୍ନତ ମେସିନ୍‌ର ବ୍ୟବହାର କରି ଏପର୍ୟ୍ୟନ୍ତ ଓଡ଼ିଶାରେ ୧ ଲକ୍ଷ ୩୦୨ କୋଭିଡ୍‌-୧୯ ପରୀକ୍ଷଣ କରାଯାଇଛି। ସ୍ୱଳ୍ପ ସମୟ ମଧ୍ୟରେ ଏହି ସଫଳତା ହାସଲ କରଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧,୦୦,୩୦୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୯୭୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩୦୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ବା ଡାକ୍ତରଖାନାରୁ ଫେରିଛନ୍ତି। ୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୬୬ ରହିଛି। ୮୬୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories