www.samajalive.in
Sunday, December 14, 2025
16.1 C
Bhubaneswar

ଲାଲୁଙ୍କୁ ଦୋଷୀ ସାବ୍ୟସ୍ତ କରିଥିବା ବିଚାରପତିଙ୍କ ଘରୁ ଚୋରି

ଲକ୍ଷ୍ନୌ : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରିଥିବା ସିବିଆଇ ସ୍ୱତନ୍ତ୍ର କୋର୍ଟ ବିଚାରପତି ଶିବପାଲ ସିଂହଙ୍କ ଘରୁ ଚୋରି ହୋଇଛି। ଅଭିଯୋଗ ଅନୁଯାୟୀ ଶିବପାଲ ସିଂହଙ୍କ ଉତ୍ତରପ୍ରଦେଶର ଜାଲଉଁସ୍ଥିତ ପୈତୃକ ବାସଭବନରୁ ବୁଧବାର ରାତିରେ ଚୋରି ହୋଇଛି। ଏ ନେଇ ବିଚାରପତିଙ୍କ ଭାଇ ସୁରେନ୍ଦ୍ର ସିଂହ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଦୁର୍ବୃତ୍ତମାନେ ବିଚାରପତିଙ୍କ ଘରୁ ୬୦ହଜାର ଟଙ୍କା ଓ ୨ଲକ୍ଷ ଟଙ୍କାର ସୁନାଗହଣା ଚୋରି କରିନେଇଛନ୍ତି। ପୁଲିସ ଏହା ଉପରେ ତଦନ୍ତ ଚଳାଇଛି। ଶିବପାଲ ଝାଡଖଣ୍ଡର ରାଞ୍ଚିସ୍ଥିତ ସିବିଆଇ ସ୍ୱତନ୍ତ୍ର କୋର୍ଟର ବିଚାରପତି ଅଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories