www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶାରେ ୧୧୦୦ ଟପିଲା କରୋନା: ୫୧ ନୂଆ ସଂକ୍ରମିତ ଚିହ୍ନଟ, ଆଉ ଜଣେ ମୃତ

ଭୁବନେଶ୍ଵର: ଓଡ଼ିଶାରେ କରୋନା ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ବୁଧବାର ଏହି ସଂଖ୍ୟା ୧ ହଜାର ଅତିକ୍ରମ କରିଥିଲାବେଳେ ଗୁରୁବାର ୧୧୦୦ ପାର୍‌ ହୋଇଛି। ରାଜ୍ୟରେ ଗୁରୁବାର ୫୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ସଂଖ୍ୟା ବୃଦ୍ଧି ପାଇ ୧୧୦୩ରେ ପହଞ୍ଚିଛି। ସେହିପରି ଗୁରୁବାର ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି। ସେ ନିକଟରେ ସୁରତରୁ ପେରିଥିଲେ। ତାଙ୍କ ବୟସ ୮୫ ବର୍ଷ। ତାଙ୍କର ଉଚ୍ଚ ରକ୍ତଚାପ ସମେତ ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ରହିଥିଲା। ଫଳରେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି।

ଅନ୍ୟପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୩୪୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ଏବେ ୭୫୩ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories