www.samajalive.in
Tuesday, December 9, 2025
16.1 C
Bhubaneswar

ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସହ ସାରା ଦେଶ ଛିଡା ହୋଇଛି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଓଡ଼ିଶା ଓ ପଶ୍ଚିମବଙ୍ଗରେ ଘୂର୍ଣ୍ଣିବାତ୍ୟା ଅମ୍ଫନ ଦ୍ୱାରା ସୃଷ୍ଟି ହୋଇଥିବା ପରିସ୍ଥିତି ଯଥାଶୀଘ୍ର ସୁଧୁରିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଶାବ୍ୟକ୍ତ କରିଛନ୍ତି । ଗୁରୁବାର ଟ୍ୱିଟ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସାହସର ସହିତ ବାତ୍ୟା ଅମ୍ଫନର ମୁକାବିଲା କରିଥିବା ଓଡ଼ିଶାବାସୀଙ୍କ ସହିତ ମୋର ଭାବନା ରହିଛି । ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଲୋକଙ୍କ ସହାୟତା ଲାଗି ଅଧିକାରୀମାନେ ଚେଷ୍ଟା ଜାରି ରଖିଛନ୍ତି । ବାତ୍ୟା ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିରେ ଯଥାଶୀଘ୍ର ସୁଧାର ଆସିବା ନେଇ ମୁଁ ପ୍ରାର୍ଥନା କରୁଛି ।”
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ପ୍ରଭାବିତ ଅଞ୍ଚଳରେ ଏନଡିଆରଏଫ ଦଳ କାର୍ଯ୍ୟ ଚାଲୁ ରଖିଛନ୍ତି । ବରିଷ୍ଠ ଅଧିକାରୀମାନେ ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଏବଂ ପଶ୍ଚିମବଙ୍ଗ ସରକାରଙ୍କ ସହ ପୂର୍ଣ୍ଣ ସମନ୍ୱୟ ରକ୍ଷାକରି କାର୍ଯ୍ୟ କରୁଛନ୍ତି ।
ପ୍ରଭାବିତଙ୍କୁ ସାହାଯ୍ୟ କରିବା ଲାଗି ସମସ୍ତ ପଦକ୍ଷେପ ନିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏହି ସଂକଟ ସମୟରେ ଓଡ଼ିଶା ଓ ପଶ୍ଚିମବଙ୍ଗବାସୀଙ୍କ ସହ ସାରା ଦେଶ ଛିଡା ହୋଇଛି । ଉଭୟ ରାଜ୍ୟରେ ସାଧାରଣ ଅବସ୍ଥା ଫେରାଇ ଆଣିବା ଲାଗି ସମସ୍ତ ପ୍ରକାର ପ୍ରୟାସ କରାଯାଉଛି ବୋଲି ସେ କହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories