www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତ ସଂଖ୍ୟା ୧୧୮୯କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ ଶୁକ୍ରବାର ପୁଣି ୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଏହି ୮୬ ଜଣଙ୍କ ମଧ୍ୟରୁ ୮୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ଜଣେ କଣ୍ଟେନମେଣ୍ଟ ଜୋନ୍‌ ଏବଂ ଅନ୍ୟ ୫ଜଣ ସ୍ଥାନୀୟ ଅଞ୍ଚଳରୁ ଠାବ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ୮୬ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର ଜିଲାରୁ ୪୬, କଟକରୁ ୧୧, ନୟାଗଡ଼ରୁ ୬, ଗଞ୍ଜାମରୁ ୫, ଖୋର୍ଦ୍ଧା, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର ଓ ପୁରୀରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୨ ଏବଂ ସୁନ୍ଦରଗଡ଼ରୁ ଜଣେ ସଂକ୍ରମିତ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୭୮୯ ସକ୍ରିୟ ସଂକ୍ରମିତ ରହିଥିବାବେଳେ ୩୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କ ମୃତ୍ୟୁ ଘଟିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories