www.samajalive.in
Saturday, December 13, 2025
26.1 C
Bhubaneswar

ପଶ୍ଚିମବଙ୍ଗ ପାଇଁ ୧ ହଜାର କୋଟି

କଲକାତା: ବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ପ୍ରାୟ ୮୦ ଜଣଙ୍କର ମୃତ୍ୟୁ ଘଟିଛି। ହଜାର ହଜାର ଘର ନଷ୍ଟ ହୋଇଛି। ଗଛ ଉପୁଡ଼ିଛି। ଧନସମ୍ପତ୍ତି ହାନି ହୋଇଛି। ତେଣୁ ରାଜ୍ୟର ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ୧ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

ସୂଚନା ଅନୁସାରେ, ବାତ୍ୟାର ଦିନକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ଗସ୍ତ କରି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାବୁଲ ସୁପ୍ରିୟୋ, ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ ଏବଂ ଦେବାଶ୍ରୀ ଚୌଧୁରୀ ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆକାଶମାର୍ଗରୁ ସ୍ଥିତି ନିରୀକ୍ଷଣ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମମତାଙ୍କ ସହିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ପାଇଁ ଅଗ୍ରିମ ୧ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରିଥିଲେ। ରାଜ୍ୟ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରାଯିବା ପରେ ଅଧିକ ସହାୟତା ପ୍ରଦାନ କରାଯିବ ବୋଲି ମୋଦୀ କହିଥିଲେ। ଏହା ସହିତ ବାତ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୋଦୀ କହିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories