www.samajalive.in
Tuesday, December 9, 2025
17.1 C
Bhubaneswar

ଆକାଶମାର୍ଗରୁ ପଶ୍ଚିମବଙ୍ଗ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

 ରାଜ୍ୟରେ ରିଲିଫ କାର୍ୟ୍ୟ ତ୍ୱରାନ୍ୱିତ କରିବା ପାଇଁ ୧ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

କଳକାତା : ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଶୁକ୍ରବାର ପଶ୍ଚିମବଙ୍ଗ ପରିଦର୍ଶନ କରି ବାତ୍ୟା ଅମ୍ଫନ ଯୋଗୁ ହୋଇଥିବା ପରିସ୍ଥିତିର ସମୀକ୍ଷା କରିଛନ୍ତି । ତାଙ୍କର ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ  ବାବୁଲ ସୁପ୍ରିୟୋ, ପ୍ରତାପ ଷଢ଼ଙ୍ଗୀ,  ଦେବଶ୍ରୀ ଚୌଧୁରୀ ଉପସ୍ଥିତ ଥିଲେ । ପୂର୍ବରୁ ପଶ୍ଚିମବଙ୍ଗର ରାଜ୍ୟପାଳ  ଜଗଦୀପ ଧନକଡ ଓ ମୁଖ୍ୟମନ୍ତ୍ରୀ  ମମତା ବାନାର୍ଜୀଙ୍କ ସହ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆକାଶମାର୍ଗରୁ ପଶ୍ଚିମବଙ୍ଗର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ । ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ରାଜ୍ୟରେ ନିଆଯିବାକୁ ଥିବା ରିଲିଫ ଓ ପୁନର୍ବାସ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା । ପଶ୍ଚିମବଙ୍ଗରେ ତୁରନ୍ତ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରଧାନମନ୍ତ୍ରୀ ୧ ହଜାର କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ ।

ଏହି ପ୍ରାକୃତିକ ଦୁର୍ବିପାକ ଯୋଗୁ ନିଜର ଆତ୍ମୀୟସୃଜନ ହରାଇଥିବା ପରିବାରଗୁଡିକ ପ୍ରତି ସମବେଦନା ବ୍ୟକ୍ତ କରିବା ସହ ସମଗ୍ର ଦେଶ ପଶ୍ଚିମବଙ୍ଗ ସହିତ ଏପରି ସ୍ଥିତିରେ ରହିଛି ବୋଲି ସେ କହିଥିଲେ । ମୃତ ବ୍ୟକ୍ତିଙ୍କ ଆତ୍ମୀୟଙ୍କୁ ୨ ଲକ୍ଷ ଓ ଗୁରୁତର ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ରାଜ୍ୟ ସରକାରଙ୍କଠାରୁ ସହାୟତା ସଂକ୍ରାନ୍ତ ବିଧିବଦ୍ଧ ପତ୍ର ପାଇବା ପରେ କେନ୍ଦ୍ର ସରକାର ରାଜ୍ୟକୁ ଏକ ଆନ୍ତଃସଚିବସ୍ତରୀୟ ଦଳ ପଠାଇ କ୍ଷୟକ୍ଷତିର ଆକଳନ କରିବା ସହ ଅଧିକ ସହାୟତା ପ୍ରଦାନ କରିବେ ବୋଲି ସେ କହିଛନ୍ତି ।
ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହ କାନ୍ଧକୁ କାନ୍ଧ ମିଳାଇ କାମ କରିବେ ଓ କ୍ଷତିଗ୍ରସ୍ତ ଅଞ୍ଚଳରେ ପୁନରୁଦ୍ଧାର ଓ ଭିତ୍ତିଭୂମିର ପୁର୍ନଗଠନ ପାଇଁ ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories