www.samajalive.in
Thursday, December 11, 2025
27.1 C
Bhubaneswar

ସ୍ନାନ ପୂର୍ଣ୍ଣିମାରେ ନିୟୋଜିତ ହେବାକୁ ଥିବା ଗରାବଡୁ ସେବାୟତଙ୍କର ହେବ କରୋନା ଟେଷ୍ଟ

ପୁରୀ : ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମାରେ ନିୟୋଜିତ ହେବାକୁ ଥିବା ଗରାବଡୁ ସେବାୟତଙ୍କ କରୋନା ଟେଷ୍ଟ କରାଯିବ । ଆସନ୍ତା ୨୯ଓ ୩୦ ତାରିଖରେ ସବୁ ଗରାବଡୁ ସେବାୟତଙ୍କ କରୋନା ପରୀକ୍ଷା କରାଯିବା ଲାଗି ନିଷ୍ପତ୍ତି ହୋଇଛି । ଶ୍ରୀଜିଉଙ୍କ ସେବା କରୁଥିବା ମୋଟ ୧୭୨ ଜଣଙ୍କର ନମୁନା ସଂଗ୍ରହ କରାଯିବ ଏବଂ ୩ ତାରିଖ ସୁଦ୍ଧା ରିପୋର୍ଟ ଆସିବା ଲକ୍ଷ୍ୟ ରଖାଯାଇଛି। ୫ ତାରିଖରେ ସ୍ନାନ ପୂର୍ଣ୍ଣିମା ଆଗରୁ ସବୁ ସେବାୟତଙ୍କ କରୋନା ପରୀକ୍ଷା ରିପୋର୍ଟ ଆସିବ ବୋଲି ଶ୍ରୀମନ୍ଦିର ପ୍ରଶାସନର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି । ଗରାବଡୁ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନଙ୍କ ମଧ୍ୟରେ ଆଜି ହୋଇଥିବା ବୈଠକରେ ଏ ନେଇ ନିଷ୍ପତି ହୋଇଛି ।

ସୂଚନାଯୋଗ୍ୟ ସ୍ନାନ ପୂର୍ଣ୍ଣିମାରେ ଗରାବଡୁ ସେବାୟତଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ । ଶ୍ରୀଜିଉଙ୍କ ସ୍ନାନ ପାଇଁ ଗରାବଡୁ ସେବାୟତମାନେ ୧୦୮ ଗରା ସୁବାସିତ ଜଳ ଆଣି ଶ୍ରୀଜିଉଙ୍କୁ ସ୍ନାନ କରାଇଥାନ୍ତି । ଏଣୁ ଏହି ଗରାବଡୁ ସେବାୟତମାନଙ୍କର କରୋନା ଟେଷ୍ଟ ସହ କିପରି ସେମାନେ ଦେବସ୍ନାନ ପୂର୍ଣ୍ଣିମାରେ ଅଧିବାସ ଗୃହରୁ ସ୍ନାନ ମଣ୍ଡପକୁ ଜଳ ଆଣିବା ବେଳେ ସାମାଜିକ ଦୂରତା ରକ୍ଷା କରିବେ ସେଥଇପାଇଁ ମଧ୍ୟ ସଚେତନ କରାଯାଇଛି । ଏହାସହ ମୁହଁରେ ମାସ୍କ ପିନ୍ଧି ଗରାବଡୁ ସେବାୟତ ୧୦୮ ଗରା ଜଳ ନେଇ ଆସିବେ ବୋଲି ଆଜି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

- Advertisement -

 

Hot this week

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories