www.samajalive.in
Monday, December 15, 2025
26.1 C
Bhubaneswar

ସୁନ୍ଦରଗଡରେ ୪ନୂଆ ପଜିଟିଭ ଚିହ୍ନଟ, ରାଜ୍ୟରେ ୧୨୮୧ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ପୁଣି ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ୪ଜଣ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଓ ଲାଠିକଟା ବ୍ଲକ୍‌ର ବୋଲି ଜଣାପଡ଼ିଛି । ଏମାନଙ୍କ ମଧ୍ୟରେ ଜଣେ ମହିଳା ଓ ୩ଜଣ ପୁରୁଷ ଥିବା ସୂଚନା ମିଳିଛି । ଏହି ୪ଜଣଙ୍କ ମଧ୍ୟରୁ ୨ଜଣ ମହାରାଷ୍ଟ୍ରରୁ ଓ ୨ଜଣ ଚେନ୍ନାଇରୁ ଫେରି କ୍ବାରେଣ୍ଟାଇନରେ ଥିଲେ ବୋଲି ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୫ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୨ଜଣ ଚିକିତ୍ସିତ ହେଉଛନ୍ତି ।

ସୂଚନାଯୋଗ୍ୟ ଆଜି ସକାଳେ ବଲାଙ୍ଗୀରରୁ ୭ଜଣ ଓ ପ୍ରଥମଥର ପାଇଁ ବରଗଡ ଜିଲ୍ଲାର ଜଣେ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୧୨୮୧କୁ ବୃଦ୍ଧି ପାଇଛି । ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୪୯୭ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୭୭ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories