www.samajalive.in
Wednesday, December 10, 2025
26.1 C
Bhubaneswar

ସ୍ଵତନ୍ତ୍ର ଶ୍ରମିକ ଟ୍ରେନରେ ପ୍ରବାସୀ ମହିଳାଙ୍କ ପ୍ରସବ

ଟିଟିଲାଗଡ଼ : ସାରାଦେଶରେ ଲକଡାଉନ ଚାଲିଥିବା ବେଳେ କିଛି ଅଭାବନୀୟ ଘଟଣା ମଧ୍ୟ ସାମ୍ନାକୁ ଆସୁଛି। ବଲାଙ୍ଗୀର ଜିଲା ଟିଟଲାଗଡ ସ୍ଵତନ୍ତ୍ର ଶ୍ରମିକ ଟ୍ରେନରେ ରବିବାର ଜଣେ ପ୍ରବାସୀ ମହିଳା ଶ୍ରମିକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି ।

ସୂଚନା ଅନୁଯାୟୀ, ତାମିଲନାଡୁ ରାଜ୍ୟର କିଝିପେଟରୁ ବଲାଙ୍ଗୀର ଆସୁଥିବା ଶ୍ରମିକ ଟ୍ରେନରେ ଜଣେ ମହିଳାଙ୍କ ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ଏନେଇ ଶ୍ରମିକମାନେ ସହାୟତା ପାଇଁ ରଡି ଛାଡିଥିଲେ। ପରେ ଏହି ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରସବ ପାଇଁ ଟ୍ରେନ୍‌କୁ ଟିଟିଲାଗଡ଼ ରେଳଷ୍ଟେସନରେ ୧୦ରୁ ୧୫ଘଣ୍ଟା ଧରି ଅଟକାଇ ଦିଆଯାଇଥିଲା। ଏହାପରେ ଟିଟିଲାଗଡ଼ ରେଳ ବିଭାଗର ମେଡିକାଲ ଅଧିକାରୀଙ୍କ ଉପସ୍ଥିତିରେ ଉକ୍ତ ପ୍ରବାସୀ ମହିଳା ଜଣଙ୍କ ଏକ କନ୍ୟା ସନ୍ତାନକୁ ସୁରକ୍ଷିତ ଭାବେ ଜନ୍ମ ଦେଇଥିଲେ। ଏହାପରେ ଘଟଣାସ୍ଥଳରୁ ଉଭୟ ମାଆ ଓ ନବଜାତ ଶିଶୁକୁ ଉଦ୍ଧାର କରି ଚିକିତ୍ସା ପାଇଁ ଜନନୀ ଆମ୍ବୁଲାନ୍ସ ଯୋଗେ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ମା’ ଓ ଶିଶୁର ଚିକିତ୍ସା କରାଯିବା ପରେ ଦୁହେଁ ସୁସ୍ଥ ଥିବା ଡାକ୍ତର କହିଛନ୍ତି।

- Advertisement -

 

 

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories