www.samajalive.in
Monday, December 8, 2025
27.1 C
Bhubaneswar

କରୋନା ପାଇଁ ମହାପ୍ରଭୁଙ୍କୁ ସ୍ନାନଯାତ୍ରା ପହଣ୍ଡିରେ କମିଲା ଦଇତାପତି ସେବାୟତଙ୍କ ସଂଖ୍ୟା, ପହଣ୍ଡି ପାଇଁ ରହିବେ ୧୫୦ ଦଇତାପତି ସେବକ

ପୁରୀ : ମହାମାରୀ କରୋନା ପାଇଁ ଚଳିତ ବର୍ଷ ଶ୍ରୀଜୀଉଙ୍କ ସ୍ନାନ ଯାତ୍ରା କମ୍ ଦଇତାପତି ସେବାୟତରେ ସମ୍ପନ୍ନ କରିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଏଣୁ ଚଳିତ ବର୍ଷ ମହାପ୍ରଭୁଙ୍କ ସ୍ନାନଯାତ୍ରା ବେଳେ ପହଣ୍ଡ ପାଇଁ ୧୫୦ ଜଣ ଦଇତାପତି ସେବାୟତ ରହିବେ ବୋଲି କହିଛନ୍ତି ଦଇତାପତି ବିନାୟକ ଦାସମହାପାତ୍ର । ସେ କହିଛନ୍ତି ଚଳିତ ବର୍ଷ କରୋନା କଟକଣା ପାଇଁ ମହାପ୍ରଭୁଙ୍କ ପହଣ୍ଡିରେ ୧୫୦ ଦଇତାପତି ସେବାୟତ ନିଯୋଜିତ ରହିବେ । ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ସହ ୧୫୦ ଜଣ ସେବାୟତ ରହିବେ । ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ୬୦, ବଳଭଦ୍ରଙ୍କ ପାଇଁ ୫୦ ଜଣ ସେବକ ରହିବେ, ସୁଭଦ୍ରାଙ୍କ ପାଇଁ ୩୦ ଓ ସୁଦର୍ଶନଙ୍କ ପାଇଁ ୧୦ ଦଇତାପତି ରହିବେ ।

ସ୍ନାନଯାତ୍ରାରେ ନିୟୋଜିତ ହେବାକୁ ଥିବା ସମସ୍ତ ୧୫୦ ଦଇତାପତି ସେବକଙ୍କର କୋଭିଡ ଟେଷ୍ଟ କରାଯିବା ସହ ହୋମ୍ କ୍ବାରେଣ୍ଟାଇନରେ ରହିବେ ବୋଲି ନିଷ୍ପତ୍ତି ନିଆଯାଇଥିବା ଦଇତାପତି ନିଯୋଗ ସମ୍ପାଦକ ଦୁର୍ଗାପ୍ରସାଦ ଦାସମହାପାତ୍ର ସୂଚନା ଦେଇଛନ୍ତି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories