www.samajalive.in
Monday, December 15, 2025
27.1 C
Bhubaneswar

ଆଉ ୬୭ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି

ଭୁବନେଶ୍ବର :  ରାଜ୍ୟରେ ଗୁରୁବାର ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏହି ୬୭ ଜଣଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଏବଂ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୦ଟି ଜିଲ୍ଲାରୁ ଏହି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୭, ସୁବର୍ଣ୍ଣପୁରରୁ ୪, ବଲାଙ୍ଗୀର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝର ଓ ବରଗଡ ଜିଲ୍ଳାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ଏହି ନୂଆ ୬୭ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୮୪୧କୁ ବୃଦ୍ଧି ପାଇଛି । ୮୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories