www.samajalive.in
Monday, December 15, 2025
26.1 C
Bhubaneswar

ପ୍ରତି ଜୀବନର ସୁରକ୍ଷା ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସମାଜ ପୋର୍ଟାଲ ଡେସ୍କ: ରାଜ୍ୟରେ କରୋନା ଜନିତ ମୃତ୍ୟୁହାର ସାରା ବିଶ୍ୱରେ ସର୍ବନିମ୍ନ ରହିଛି ଏବଂ ଅଧାରୁ ଅଧିକ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଧନୀକ ଶ୍ରେଣୀର ରାଜ୍ୟଗୁଡିକ କରୋନା ଯୁଦ୍ଧରେ ସଫଳତା ପାଇନଥିବା ବେଳେ ଆମ କୋଭିଡ଼ ଯୋଦ୍ଧାଙ୍କ ପ୍ରତିବଦ୍ଧତା ଓ ନିଷ୍ଠା ଯୋଗୁ ଆମେ ସଫଳ ହୋଇଛୁ। ଏବେ ଓଡିଶା ସାରା ବିଶ୍ୱ ପାଇଁ ନିଦର୍ଶନ ପାଲଟିଛି ବୋଲି ସେ କହିଛନ୍ତି। ଦେଖନ୍ତୁ ଭିଡିଓ –

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆସନ୍ତା ୩୦ ତାରିଖ ଅର୍ଥାତ୍‌ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ବନ୍ଦେ ଉତ୍କଳ ଜନନୀ ଗାଇବା ପାଇଁ ଆହ୍ୱାନ ଦେଇଛନ୍ତି। ବିଶ୍ୱର ଯେଉଁ ସ୍ଥାନରେ ଥାଆନ୍ତୁ ନ କାହିଁକି, ପ୍ରତ୍ୟେକ ଓଡ଼ିଆ ସାମାଜିକ ଦୂରତ୍ୱ ବଜାୟ ରଖି ବନ୍ଦେ ଉତ୍କଳ ଜନନୀ ଗାଇବା ପାଇଁ ସେ ଆହ୍ୱାନ ଦେଇଛନ୍ତି। କରୋନା ସଂକ୍ରମଣକୁ ପ୍ରତିହତ କରିବା ଦିଗରେ ଆମ କରୋନା ଯୋଦ୍ଧାଙ୍କୁ ଏହା ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories