www.samajalive.in
Sunday, December 14, 2025
16.1 C
Bhubaneswar

କରୋନା ଯୋଦ୍ଧାଙ୍କ ପାଇଁ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ବର: କରୋନା ଲଢ଼େଇରେ ଓଡ଼ିଶା ଅଭୂତପୂର୍ବ ସଫଳତା ପାଇଛି । ଦେଶ ଓ ବିଶ୍ବରେ ଏପରି ସଫଳତା ବିରଳ । ସୁସ୍ଥ ଅନୁପାତରେ ଓଡ଼ିଶା ଦେଶର ବହୁ ଧନୀ ରାଜ୍ୟଠାରୁ ଢ଼େର ଉପରେ । ଏହି ସମୟରେ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତି। ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ – ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ । ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସାଥୀରେ ରହିଛି ।  ଏହି ପରିପ୍ରେକ୍ଷୀରେଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ଓ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ନିମନ୍ତେ   ମଇ ୩୦ ତାରିଖ ଶନିବାର ଦିନ ସଂଧ୍ୟା ୫.୩୦ରେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ ଗାଇବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଗୁରୁବାର ଏକ ଭିଡ଼ିଓ ବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି   ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବୀ ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ବନ୍ଦେ ଉତ୍କଳ ଜନନୀ । ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

- Advertisement -

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସେତେବେଳେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତାର ଏକମାତ୍ର ଲକ୍ଷ୍ୟ ଥିଲା ମୋର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା ।
ଏବେ ଦୁଇ ମାସରୁ ଅଧିକ ସମୟ ହୋଇଗଲା । କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା ଆଜିକା ଦିନରେ କେବଳ ଭାରତବର୍ଷରେ ନୁହେଁ, ସାରା ବିଶ୍ବରେ ଏକ ଉଦାହରଣ ସୃଷ୍ଟି କରିପାରିଛି। କୋଭିଡରେ ଓଡିଶାର ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍‌ । କରୋନା ପୀଡିତ ମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି ।
ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା । ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ। ଏ ବିଶ୍ବାସ ମୋର ଅଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories