www.samajalive.in
Wednesday, December 10, 2025
17.1 C
Bhubaneswar

କୋଭିଡ୍-୧୯ ମାର୍ଗଦର୍ଶିକା ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୭ ମାମଲା, ୨୪ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୭ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ, ୧ଟି ହୋମ୍‌ କ୍ୱାରେଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୨୪ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧,୪୩,୫୭୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୭୨୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୯୭୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭୩୭ ରହିଛି । ୧୦୮୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories