www.samajalive.in
Friday, December 12, 2025
23.1 C
Bhubaneswar

ଆଉ ୯୬ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୧୮୧୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶନିବାର ରାଜ୍ୟରୁ ଚିହ୍ନଟ ୯୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦେଇଛି । ଆଜି ଚିହ୍ନଟ ହୋଇଥିବା ସମସ୍ତ ୯୬ ଜଣ ଆକ୍ରାନ୍ତ କ୍ବାରେଣ୍ଟାଇନ ସେଣ୍ଟରରେ ଥିଲେ ବୋଲି ଜଣାପଡିଛି ।

ଆଜି ଚିହ୍ନଟ ହୋଇଥିବା ୯୬ ଜଣ ଆକ୍ରାନ୍ତଙ୍କ ୧୮ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ କେନ୍ଦ୍ରାପଡା ଜିଲ୍ଲାରୁ ୧୦, ଗଜପତି ଜିଲ୍ଲାରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୯ ଚିହ୍ନଟ ହୋଇଛନ୍ତି । ସେହିପରି ଭଦ୍ରକ,ବଲାଙ୍ଗୀର,ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଲେଖାଏଁ ଓ ଗଞ୍ଜାମ, ଯାଜପୁର,କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ଵର ଓ ଦେବଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ​‌ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟର ୮୩୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories