www.samajalive.in
Sunday, December 14, 2025
26.1 C
Bhubaneswar

କରୋନା ଯୋଦ୍ଧାମାନେ ଦେଶପ୍ରେମର ନିଦର୍ଶନ – ଧର୍ମେନ୍ଦ୍ର

ସମାଜ ପୋର୍ଟାଲ ଡେସ୍କ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ନୂଆଦିଲ୍ଲୀସ୍ଥିତ ସରକାରୀ ବାସଭବନରେ ସପରିବାର ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇ କରୋନା ଯୋଦ୍ଧାମାନଙ୍କୁ ସମ୍ମାନିତ କରିବା ସହ ସେମାନଙ୍କର ଉତ୍ସାହ ବଢାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅପରାହ୍ନ ୫.୩୦ ଘଂଟା ସମୟରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ଓଡିଶା ଓ ଓଡିଶା ବାହାରେ ଓ ସାରା ବିଶ୍ୱରେ ଥିବା ଓଡିଆମାନଙ୍କୁ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ସାମିଲ ହୋଇ ଧର୍ମେନ୍ଦ୍ର ସପରିବାର ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି।

ସେ କହିଛନ୍ତି ଆଜିର ପରିସ୍ଥିତିରେ କରୋନା ବିରୁଦ୍ଧରେ ଲଢେଇ ଲଢି ଦେଶବାସୀଙ୍କୁ ବଂଚାଇବା ହିଁ ଦେଶପ୍ରେମ। ଡାକ୍ତର, ନର୍ସ, ପୋଲିସ କର୍ମୀ ଓ ସମାଜସେବୀମାନେ ଦେଶପ୍ରେମର ନିଦର୍ଶନ ଦେଖାଇଛନ୍ତି। ପ୍ରତିଟି ଓଡିଆ ଏହି ଯୋଦ୍ଧାମାନଙ୍କୁ ସମ୍ମାନ ଓ ଶ୍ରଦ୍ଧା କରୁଛି ବୋଲି ସେ ପ୍ରକାଶ କରିଛନ୍ତି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories