www.samajalive.in
Sunday, December 7, 2025
16.1 C
Bhubaneswar

ସମ୍ବଲପୁରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ ପ୍ରଦର୍ଶନ

ସମ୍ବଲପୁର : କରୋନା ଭୂତାଣୁ ବିଶ୍ୱରେ ମହାମାରୀ ରୂପ ନେବା ପରେ ଏହାର ସଂକ୍ରମଣକୁ ପ୍ରତିହିତ କରିବା ପାଇଁ ଦେଶରେ ଏବେ ଲକଡାଉନ କରାଯାଇଛି। ତେବେ କରୋନାକୁ ପ୍ରତିହିତ କରୁଥିବା ଅଗ୍ରଣୀ ଯୋଦ୍ଧା ଯଥା ଡାକ୍ତର, ନର୍ସ, ସ୍ୱାସ୍ଥ୍ୟ କର୍ମୀ, ପୁଲିସ, ସଫେଇ କର୍ମଚାରୀ ଓ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେଇ ଶନିବାର ଅପରାହ୍ନ ୫ଟା ୩୦ରେ ସାରା ରାଜ୍ୟରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରାଯାଇଛି। ଏହି କ୍ରମରେ ସମ୍ବଲପୁର ଠାରେ ଜିଲା ପ୍ରଶାସନ ତରଫରୁ ସ୍ଥାନୀୟ କଚେରୀ ଛକ ନିକଟସ୍ଥ ମହାନଦୀ ଉପରେ ନିର୍ମିତ ଦ୍ୱିତୀୟ ସେତୁ ଉପରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ନିରଞ୍ଜନ ସାହୁ, ଉତ୍ତରାଞ୍ଚଳ ପୁଲିସ ଡିଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ଶୁଭମ ସାକ୍ସସେନା, ଏସପି ଡା. କନୱର ବିଶାଳ ସିଂହ, ଅତିରିକ୍ତ ଜିଲାପାଳ ସୂର୍ଯ୍ୟ ଦାଶ, ମହାନଗର ନିଗମ କମିଶନର ଯୁଗଳେଶ୍ୱରୀ ଦାଶ ଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ। ଏହା ସହିତ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ, ସଫେଇ କର୍ମଚାରୀ, ପୁଲିସ ଏବଂ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟ, ବୁଦ୍ଧିଜୀବୀ ଓ ଜନତା କାର୍ଯ୍ୟକ୍ରମରେ ସାମିଲ ହୋଇ କରୋନା ଯୋଦ୍ଧା ମାନଙ୍କୁ ସମ୍ମାନ ଜଣାଇ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଥିଲେ। ସାମାଜିକ ଦୂରତା ରକ୍ଷା, ମାସ୍କ ପରିଧାନ ଓ ଲକଡାଉନ ନିୟମାନୁଯାୟୀ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ବୋଲି ଜିଲା ସୂଚନା ଓ ଲୋକ ସର୍ମ୍ପକ ବିଭାଗ ତରଫରୁ ସୂଚନା ଦିଆଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories