www.samajalive.in
Tuesday, December 9, 2025
17.1 C
Bhubaneswar

ପ୍ରତିଟି ଓଡ଼ିଆଙ୍କ ମୁହଁରେ ‘ବନ୍ଦେ ଉତ୍କଳ ଜନନୀ’: କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ଋଣୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ ଆଜି ସନ୍ଧ୍ୟା ୫.୩୦ରେ ସମଗ୍ର ଓଡ଼ିଶାବାସୀ ତଥା ବିଶ୍ୱର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇଭଉଣୀମାନେ ଏକାସାଙ୍ଗରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରି କୋଭିଡ୍‍ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ସହିତ ସେମାନଙ୍କୁ ଯେଭଳି ଉତ୍ସାହିତ କଲେ ତାହା ଥିଲା ଅଭୂତପୂର୍ବ। ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇବା ସହ ସମସ୍ତଙ୍କ ନିକଟରେ ଏଥିପାଇଁ ସେ ଋଣୀ ବୋଲି କହିଛନ୍ତି। ଏହି ଅସାଧାରଣ ପରିସ୍ଥିତିରେ ଓଡ଼ିଆ ଜାତି ଆଜି ଏକଜୁଟ ହୋଇ କରୋନା ଯୋଦ୍ଧାଙ୍କ ସାହସ ଯୋଗାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ କହିଛନ୍ତି ଯେ ଏକାସାଙ୍ଗରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ଛୋଟ ପିଲାଠାରୁ ଆରମ୍ଭ କରି ବୁଢ଼ାବୁଢ଼ିଙ୍କ ପର୍ଯ୍ୟନ୍ତ ସବୁ ବୟସର ତଥା ସବୁ ବର୍ଗର ଜନସାଧାରଣଙ୍କ ଯୋଗଦାନ କୋଭିଡ୍‍ ବିରୋଧରେ ଆମ ସଂଗ୍ରାମକୁ ଆହୁରି ଦୃଢ଼ କରିବା ସହିତ ଆମକୁ ନୈତିକ ଶକ୍ତି ଯୋଗାଇଛି।
ସେହିପରି ସମସ୍ତ ରାଜନୈତିକ ଦଳ ଯେଭଳି ଏହି ଉଦ୍ୟମକୁ ଆକୁଣ୍ଠ ସମର୍ଥନ ଯୋଗାଇ ଦେଇଥିଲେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ଓଡ଼ିଶାମାଟିର ଗୌରବ ବୃଦ୍ଧି ସହିତ ଓଡ଼ିଆ ଜାତିର ସମ୍ମାନକୁ ସର୍ବୋତ୍ତମ ଶିଖରରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories