www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ପୁଣି ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

ଭୁବନେଶ୍ଵର : ରାଜ୍ୟରେ ଆଜି ପୁଣି ୧୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୪୧ କରୋନା ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ୧୪୧ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୧୧୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ଥିବା ବେଳେ ୩୧ସ୍ଥାନୀୟ ଲୋକ ହୋଇଥିବା ଜଣାପଡିଛି ।

ଆଜି ଚିହ୍ନଟ ହୋଇଥିବା ୧୪୧ କରୋନା ସଂକ୍ରମିତଙ୍କୁ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୬, ନୂଆପଡାରୁ ୧୯, କେନ୍ଦ୍ରାପଡାରୁ ୧୩, ସୁନ୍ଦରଗଡରୁ ୮, ବଲାଙ୍ଗୀରରୁ ୭, କଟକ ଜିଲ୍ଲାରୁ ୬, ପୁରୀରୁ ୫, ଗଜପତି,କେନ୍ଦୁଝର ଓ ଜଗତସିଂହପୁର ଜିଲ୍ଲରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଢେଙ୍କାନାଳରୁ ୨ ଜଣ, ସମ୍ବଲପୁର,ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories