www.samajalive.in
Sunday, December 14, 2025
23.1 C
Bhubaneswar

ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୧୬୦୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ୧୬୦୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ୧୨୩ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୫, କଟକରୁ ୨୨, ନୂଆପଡା ଓ ବଲାଙ୍ଗୀରରୁ ୧୪ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭​‌, କୋରାପୁଟରୁ ୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି କେନ୍ଦ୍ରାପଡାରୁ ୪ ଜଣ, ବାଲେଶ୍ବର, ଢେଙ୍କାନାଳ ଏବଂ ନୟାଗଡରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଛନ୍ତି। ଅନ୍ୟପକ୍ଷରେ ଅନୁଗୋଳ, ମୟୁରଭଞ୍ଜ, ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ  କରୋନାଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

ତେବ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ରାଜ୍ୟରେ ମୋଟ କରୋନା ପଜିଟିଭ୍ ମାମଲା ଅପେକ୍ଷା ଆରୋଗ୍ୟଙ୍କ ସଂଖ୍ୟା ଅଧିକ ରହିଛି। ଏଯାବତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦୮ ଥିବାବେଳେ ୯୯୪ଟି ସକ୍ରିୟ ମାମଲା ରହିଛି। ଅନ୍ୟପକ୍ଷରେ  ମୋଟ ୧,୬୦୪ ଜଣ ଆରୋଗ୍ୟ ଲାଭ କରିଛନ୍ତି। କରୋନା ଯୋଗୁ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟକାରଣରୁ ୨ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories