www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରୁ ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ, ୨୭୮୧ ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶନିବାର ଚିହ୍ନଟ ୧୭୩ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୭୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ ସେଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ବ୍ୟକ୍ତି ରହିଥିବା ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।


ଆଜି ଚିହ୍ନଟ ହୋଇଥିବା ୧୭୩ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୧୯, କଟକରୁ ୧୩, ମୟୁରଭଞ୍ଜରୁ ୧୩, ବାଲେଶ୍ଵରରୁ ୧୧, ବଲାଙ୍ଗୀରରୁ ୧୧, ଗଜପତିରୁ ୧୦, ଖୋର୍ଦ୍ଧାରୁ ୯, ନୂଆପଡାରୁ ୮, ନୟାଗଡରୁ ୭, ଭଦ୍ରକରୁ ୪, କଳାହାଣ୍ଡିରୁ ୨, ପୁରୀ ଓ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ଲକ୍ଷ ୭୨ ହଜାର ୬୨୧ଟି ନମୁନା ପରୀକ୍ଷଣ ହୋଇଥିବା ବେଳେ ୨୭୮୧ ଟି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୬୦୪ ଜଣ ସୁସ୍ଥ ହୋଇଥିବା ବେଳେ ୮ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୨ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ସେହିପରି ରାଜ୍ୟରେ ବର୍ତ୍ତମାନ ୧୧୬୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories