www.samajalive.in
Thursday, December 11, 2025
16.1 C
Bhubaneswar

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାର ଶେଷ ହୋଇଛି। ଏଥିରେ ଏକମାତ୍ର ପ୍ରସ୍ତାବ ଗୃହିତ ହୋଇଛି। ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛି। ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ନବୀନ ନିବାସରୁ କ୍ୟାବିନେଟ ବୈଠକରେ ଭାଗ ନେଇଥିଲେ।

- Advertisement -

ବୈଠକ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏ ସଂପର୍କ​ରେ ସୁଚନା ଦେଇ କହିଛନ୍ତି ଯେ, କ୍ୟାବିନେଟ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ବାରା ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ସମସ୍ତ ପ୍ରକାର ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନ ଓ ଉଦଯାପନ ସମୟରେ ଏହାକୁ ଗାନ କରାଯିବ। ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମସ୍ତେ ଏହାକୁ ସମ୍ମାନ ପ୍ରଦର୍ଶନ କରିବେ ବୋଲି ମନ୍ତ୍ରୀ କହିଛନ୍ତି। ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ମଧ୍ୟ ଏହାକୁ ଗାନ କରାଯିବ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories