www.samajalive.in
Friday, December 5, 2025
17.1 C
Bhubaneswar

ଭୁବନେଶ୍ବରରେ ବାପଝିଅଙ୍କୁ କରୋନା, ସାଲିଆ ସାହିରୁ ୪୪ ଗଲେ

ଭୁବନେଶ୍ବର: ଆଜି ଭୁବନେଶ୍ବର ପଟିଆ ଅଞ୍ଚଳର ଗୋଟିଏ ପରିବାରର ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଗୋଟିଏ ପରିବାରର ୪୦ବର୍ଷିୟ ବାପା ଓ ୮ବର୍ଷର ଝିଅଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ଉଭୟଙ୍କ ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ୍‌ ହିଷ୍ଟ୍ରି ରହିଛି। ସେମାନେ ଦିଲ୍ଲୀରୁ ଫେରିବା ପରେ ହୋମ୍‌ କ୍ବାରେଣ୍ଟାଇନ୍‌ରେ ରହିଥିଲେ। ସେହିପରି ସାଲିଆସାହି ବସ୍ତିରେ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୪୪ଜଣ ବ୍ୟକ୍ତି ଆସିଥିବାରୁ ମୋନଙ୍କୁ କ୍ୱାରେଣ୍ଟାଇନ୍‌କୁ ପଠାଇ ଦିଆଯାଇଛି । ଏହି ବସ୍ତିରେ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦିଆଯାଇଛି। ଏବେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇଥିବା ବେଳେ ୩୪ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories