www.samajalive.in
Saturday, December 13, 2025
26.1 C
Bhubaneswar

ଜାମ୍ମୁ କାଶ୍ମୀର : ସୁରକ୍ଷା ବାହିନୀ ଏନକାଉଣ୍ଟରରେ ୪ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ନିହତ

ଜାମ୍ମୁ କାଶ୍ମୀର : ଜମ୍ମୁ କଶ୍ମୀରର ସୋପିଆନ ଜିଲ୍ଲାରେ ଭାରତୀୟ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ କାଶ୍ମୀରର ସୋପିଆନ ଜିଲ୍ଲାର ପିଞ୍ଜୋରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସେନାକୁ ଖବର ମିଳିଥିଲା। ଏହାପରେ ସୋମବାର ଭୋର ସମୟରୁ ସ୍ଥାନୀୟ ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀଙ୍କ ପକ୍ଷରୁ ପ୍ରଥମେ ଗୁଳି ଚାଳନା କରାଯାଇଥିଲା। ଏହାପରେ ସେନା ଏହାର ପ୍ରତିଜବାବ ଦେଇଥିଲା। ସେନାର ଗୁଳିର ୪ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ସେନା ଗୁଳିରେ ନିପାତ ହୋଇଥିବା ୫ ଜଣଙ୍କ ଆତଙ୍କବାଦୀ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ହୋଇଥିବା ଜଣାପଢିଛି ।


ତେବେ ୨୪ ଘଣ୍ଟା ମଧ୍ୟରେ ସୋପିଆନ ଜିଲ୍ଲାରେ ଏହା ଦ୍ଵିତୀୟ ଏନକାଉଣ୍ଟର। ଗତକାଲି ଜମ୍ମୁ-କଶ୍ମୀରର ଶୋପିଆନ୍ ଜିଲ୍ଲାରେ ସୁରକ୍ଷା ବାହିନୀ ଦ୍ୱାରା ୫ ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ଗତକାଲି ସୁରକ୍ଷା ବାହିନୀ ମଧ୍ୟ ବିପୁଳ ପରିମାଣରୁ ଅସ୍ତ୍ରଶସ୍ତ୍ର ଜବଦ କରିଥିଲା । ଏଥିସହିତ ଗତ ୨୪ ଘଣ୍ଟା ମଧ୍ୟରେ ସୋପିଆନ ଜିଲ୍ଲାରେ ୯ ଆତଙ୍କବାଦୀ ନିହତ ହୋଇଛନ୍ତି । ସେଠାରେ ସ୍ଥିତି ଖରାପ ଥିବାରୁ ସୋପିଆନରେ ଇଣ୍ଟରନେଟ୍ ସେବା ବନ୍ଦ ରହିଛି । ଏହାସହ ସେଠାରେ ଘରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories