www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ୧୩୮ ପଜିଟିଭ୍ ଚିହ୍ନଟ, ୨୯୯୪ରେ ପହଞ୍ଚିଲା ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର :  ରାଜ୍ୟରେ ଆଉ ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୋମବାର ଚିହ୍ନଟ ୧୩୮ ଜଣ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୯୯୪ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୩୮ ଜଣଙ୍କ ମଧ୍ୟରୁ ୧୨୫ ଜଣ କ୍ବାରେଣ୍ଟାଇନ ସେଣ୍ଟର ଏବଂ ୧୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ୧୩୮ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ଜିଲ୍ଲାରୁ ୩୩,କଟକରୁ ୧୫,ଖୋର୍ଦ୍ଧାରୁ ୧୩, ଭଦ୍ରକରୁ ୧୧,କେନ୍ଦୁଝରରୁ ୧୦,ପୁରୀରୁ ୭, ଯାଜପୁରରୁ ୬,ମୟୂରଭଞ୍ଜରୁ ୬,ନୟାଗଡରୁ ୩,ଢେଙ୍କାନାଳରୁ ୩, ନୂଆପଡାରୁ ୩, କଳାହାଣ୍ଡିରୁ ୨,ରାୟଗଡା, ସମ୍ବଲପୁର, ବଲାଙ୍ଗୀର ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories