www.samajalive.in
Sunday, December 14, 2025
23.1 C
Bhubaneswar

ବାଇକ୍‍ ଧକ୍କାରେ ଯୁବକଙ୍କ ମୃତ୍ୟୁ

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସାତଶଙ୍ଖ ବଜାର ନିକଟରେ ସୋମବାର ଅପରାହ୍ନରେ ଏକ ବାଇକ୍‍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ନାମ ବିଭୂତି ଭୂଷଣ ଓଝା (୪୪) ଓ ତାଙ୍କ ଘର ଭୁବନେଶ୍ୱରର କପିଳପ୍ରସାଦ ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି ।

ପୁଲିସ ସୂଚନା ମୂତାବକ, ବିଭୂତି ସାତଶଙ୍ଖ ବଜାର ନିକଟରେ ରାସ୍ତା ଅତିକ୍ରମ କରୁଥିବା ବେଳେ ପୁରୀରୁ ଭୁବନେଶ୍ୱର ଅଭିମୁଖେ ଦୃତ ଗତିରେ ଆସୁଥିବା ଏକ ବାଇକ୍‍ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗି ପ୍ରଚୁର ରକ୍ତସ୍ରାବ ହୋଇଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କର ଶୋଚନୀୟ ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ବାଇକ୍‌ରେ ଥିବା ଦୁଇଜଣ ମଧ୍ୟ ଗୁରୁତର ଭାବେ ଆହତ ହୋଇଥିଲେ । ଖବର ପାଇ ସାତଶଙ୍ଖ ଫାଣ୍ଡି ଅଧିକାରୀ ବଳଦେବ ପ୍ରସାଦ ଦାଶ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତାହତଙ୍କୁ ପିପିଲି ମେଡିକାଲ୍‍କୁ ଆଣିଥିଲେ । ଡାକ୍ତର ସେଠାରେ ବିଭୂତିଙ୍କୁ ମୃତ ଘୋଷଣା କରିଥିଲେ । ଗୁରୁତର ଆହତ ବାଇକ୍ ଆରୋହି ଦ୍ୱୟଙ୍କୁ ପରେ ପିପିଲି ମେଡିକାଲ୍‍ରୁ କ୍ୟାପିଟାଲ ହସ୍ପିଟାଲ୍‍କୁ ସ୍ଥାନାନ୍ତର କରାଯାଇଥିଲା । ପୁଲିସ ମୃତଦେହକୁ  ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇବା ସହ ଦୁର୍ଘଟଣାଗ୍ରସ୍ତ ବାଇକ୍‍କୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।

- Advertisement -

 

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories