www.samajalive.in
Friday, December 12, 2025
14.1 C
Bhubaneswar

ଆସୁଛି ମୌସୁମି ; ୨୪ଘଣ୍ଟାରେ ଲଘୁଚାପ, ୧୦ରୁ ପ୍ରବଳ ବର୍ଷା

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ସକ୍ରିୟ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରିବ। ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଘନୀଭୁତ ହୋଇ ୱେଲ ମାର୍କଡ଼ ଲୋ ପ୍ରେସରରେ ପରିଣତ ହେବ ​‌େ‌ବାଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ଫଳରେ ୧୦ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଲଘୁଚାପ ସକ୍ରିୟ ହେବା ସହିତ ଓଡ଼ିଶାକୁ ମୌସୁମି ଆଣିବାରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି। ଆଇଏମଡ଼ି ପକ୍ଷରୁ ଜାରି ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି ଯେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଆସନ୍ତା
୨ଦିନରେ କେନ୍ଦ୍ରୀୟ ଆରବ ସାଗର, ଗୋଆ, କୋଙ୍କଣ, କର୍ଣ୍ଣାଟକ, ରାୟଲସୀମା, ତାମିଲନାଡ଼ୁ ଏବଂ ଆନ୍ଧ୍ରପ୍ରଦେଶ ସମେତ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ଓ ଉତ୍ତରପୂର୍ବ ରାଜ୍ୟକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ତେବେ ପରବର୍ତ୍ତୀ ୨ ଦିନରେ ମହାରାଷ୍ଟ୍ର ଓ ତେଲଙ୍ଗାନାର ଅଧିକ କିଛି ଅଞ୍ଚଳକୁ ପ୍ରବେଶ କରିବ। ବଙ୍ଗୋପସାଗରର ଅବଶିଷ୍ଟ ଅଞ୍ଚଳ, ଉତ୍ତର ପୂର୍ବ ରାଜ୍ୟ,ଗାଙ୍ଗେୟ ପଶ୍ଚିମବଙ୍ଗ ସହିତ ଓଡ଼ିଶାର କିଛି ଅଞ୍ଚଳକୁ ୧୨ ତାରିଖ ସୁଦ୍ଧା ମୌସୁମି ପ୍ରବେଶ କରିବାର ସମ୍ଭାବନା ରହିଛି।
ଏବେ ବାଂଲାଦେଶରୁ ଆଭ୍ୟନ୍ତରୀଣ ଓଡ଼ିଶା ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ଲମ୍ବିଛି। ଟ୍ରଫଲାଇନ, ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତାକାଲ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ଏବଂ କିଛି ସ୍ଥାନରେ ୩୦ରୁ ୪୦କିମି ବେଗରେ ପବନ ବହିବ। ଗଞ୍ଜାମ, ପୁରୀ, ଗଜପତି ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
୧୦ତାରିଖରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଏହି ୬ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୧୧ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୨ରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ବି​‌ଶେ‌ଷ କରି ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ନିକଟବର୍ତ୍ତୀ ଓଡ଼ିଶା ଉପକୂଳରେ ମେଘୁଆ ପାଗ ସହିତ ୪୦ରୁ ୫୦କିମି ବେଗରେ ପବନ ବହିବ। ତେଣୁ ମତ୍ସ୍ୟଜୀବୀମାନେ ୧୦ରୁ ୧୨ ତାରିଖ ମଧ୍ୟରେ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ଆସନ୍ତାକାଲି (୯ତାରିଖ) ସୁଦ୍ଧା ଫେରି ଆସିବାକୁ କୁହାଯାଇଛି।
ଲଘୁଚାପଜନିତ ବର୍ଷା ଉପରେ ସତର୍କ ନଜର ରଖିବା ଓ ଯେକୌଣସି ପ୍ରତିକୂଳ ପରିସ୍ଥିତିରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଯେଉଁସବୁ ଜିଲାରେ ଅଧିକ ବର୍ଷା ହେବ ସେ ସମ୍ପର୍କରେ ତୁରନ୍ତ ଏସଆରସି କାର୍ଯ୍ୟାଳୟକୁ ଜଣାଇବା ପାଇଁ କୁହାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories