www.samajalive.in
Sunday, December 7, 2025
15.1 C
Bhubaneswar

ଏକତା ବାହିନୀ  ଏବଂ  ‘ସମାଜ’ ରିଲିଫ କମିଟି ପକ୍ଷରୁ  ରକ୍ତଦାନ ଶିବିର

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ବାରା ଗଠିତ ସାମାଜିକ ସଙ୍ଗଠନ ‘ଏକତା ବାହିନୀ’ ପକ୍ଷରୁ  ଓ ‘ସମାଜ’ ରିଲିଫ କମିଟି ମିଳିତ ସହଯୋଗରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନସ୍ଥିତ କେଶରୀ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ସମୟରେ ରାଜ୍ୟର ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖା ଦେଇଥିବାରୁ ଅନୁଷ୍ଠାନ ପକ୍ଷରୁ ଏଭଳି ଶିବିରର ଆୟୋଜନ କରାଯାଇଥିଲା। ଏହି ଶିବିରକୁ ‘ସମାଜ’ର ମୁଦ୍ରାକର ଓ ପ୍ରକାଶକ ତଥା ସମାଜ ରିଲିଫ କମିଟି ଅଧ୍ୟକ୍ଷ ନିରଞ୍ଜନ ରଥ ଉଦ୍‌ଘାଟନ କରିଥିଲେ। ସେ କହିଥିଲେ ଯେ କୋଭିଡ୍-୧୯ ସମୟରେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରୁଥିବା ସମସ୍ତ କର୍ମକର୍ତ୍ତା ପ୍ରଶଂସାର ପାତ୍ର। ରକ୍ତଦାନ କରି ସେମାନେ ମାନବିକତାର ପରିଚୟ ପ୍ରଦାନ କରିଛନ୍ତି ବୋଲି ଶ୍ରୀ ରଥ ମତବ୍ୟକ୍ତ କରିଥିଲେ।

ଏକତା ବାହିନୀ ସମ୍ପାଦକ ସ୍ବାଧୀନ ଦେବାଶିଷ ସ୍ବାଇଁଙ୍କ ନେତୃତ୍ବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମ୍ମାନିତ ଅତିଥି ଭାବେ ‘ସମାଜ’ ରିଲିଫ୍ କମିଟି ସମ୍ପାଦକ ଡ.ପ୍ରଭାସ ଆଚାର୍ଯ୍ୟ, ‘ସମାଜ’ ବ୍ୟୁରୋ ମୁଖ୍ୟ ସମରେନ୍ଦୁ ଦାସ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ତଥା ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ଛାତ୍ର ବିଜେଡି ଉପ-ସଭାପତି ବିଧାୟକ ସୌଭିକ ବିଶ୍ବାଳ, ଯୁବ କଂଗ୍ରେସ ରାଜ୍ୟ ସଭାପତି ଲୋକନାଥ ମହାରଥୀ, ଶ୍ରମିକ ନେତା ରକ୍ଷକର ଅନୁପମ, ଏବିଭିପି ରାଷ୍ଟ୍ରୀୟ ସମ୍ପାଦକ ଅଭିଳାଷ ପଣ୍ଡା ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ  କରିଥିଲେ।
ଶିବିରରେ କଟକ ଓ ଭୁବନେଶ୍ବରେ ବିଭିନ୍ନ ମହାବିଦ୍ୟାଳୟ,ବିଶ୍ବବିଦ୍ୟାଳୟର ବିଦ୍ୟାର୍ଥ, ସ୍ବେଚ୍ଛାସେବୀ ଓ  ସମାଜର କର୍ମକର୍ତ୍ତା ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ। କୋଭିଡ୍-୧୯ ନିୟମ ମୁତାବକ ରକ୍ତ ସଂଗ୍ରହ କରାଯାଇଥିଲା। ମୋଟ ୩୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଏକତା ବାହିନୀ ସଭାପତି ଅବିନାଶ ମହାନ୍ତି,  ବିକାଶ ଦାସ, ବିଭାବଷୁ ସ୍ବାଇଁ, ଜନ୍ମେଜୟ ପରିଡ଼ା, ଚିନ୍ମୟ ମାଝୀ, ଆଶିଷ ଠାକୁର, ସୌରଭ ପୋଦାର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ରୋଜାଲିନ ପଟ୍ଟନାୟକ, ଅବିନାଶ ସାହୁ, ସ୍ବେୟଂସା ମିଶ୍ର, ଆଶୁତୋଷ ଦାସ ଓ ପ୍ରଭାତ ବେଊରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନରେ ସହଯୋଗ କରିଥିଲେ। ଆଗାମୀ ଦିନରେ ରାଜ୍ୟବ୍ୟାପୀ ରକ୍ତଦାନ ଶିବିର କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ଶ୍ରୀ ସ୍ବାଇଁ ଘୋଷଣା କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories