www.samajalive.in
Monday, December 8, 2025
13.1 C
Bhubaneswar

ବୁଧବାର ରାଶିଫଳ ( ୧୦। ୬। ୨୦୨୦ )

ମେଷ: ସୁଖ, ସମ୍ମାନ ସବୁକିଛି ମିଳିପାରେ। ନିଜ ବଂଶର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି।

ବୃଷ: ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସିଦ୍ଧହସ୍ତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

- Advertisement -

ମିଥୁନ: କାର୍ଯ୍ୟରେ ଅଗ୍ରଗତି ଘଟିବ। ଈର୍ଷାରୁ ନିବୃତ୍ତ ଗଲେ ପ୍ରଶଂସାର ପାତ୍ର ହେବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।

କର୍କଟ: ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ବ୍ୟବସାୟ ଲାଭଜନକ ହେବ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସେବା ମନୋଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି। ବିବାହ ବିଳମ୍ବ ହେବ।

ସିଂହ: ଏକ ନୂତନ କାର୍ଯ୍ୟ ହାତକୁ ଆସିପାରେ। ଆମୋଦ-ପ୍ରମୋଦରେ ସମୟ ବିତାଉ ଥିବାବେଳେ ଶତ୍ରୁର ଉପସ୍ଥିତି ପାଇଁ ବ୍ୟବସ୍ଥା ଗ୍ରହଣ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବହୁ ଶୁଭଫଳ ମିଳିବ।

କନ୍ୟା: ମିତ୍ର ଲାଭର ସୂଚନା ମିଳୁଛି। କର୍ମ ଚଞ୍ଚଳ ରହିବେ। ଆକସ୍ମିିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ଏପରିକି ଜ୍ୟୋତିଷ ବିଦ୍ୟାପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ତୁଳା: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ବ୍ୟକ୍ତିତ୍ବ ବିକଶିତ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକାର୍ଯ୍ୟ ଉପରେ ଗୁରୁତ୍ବ ଦେବେ। ବୁଦ୍ଧିମାନ୍‌ ହୋଇପାରନ୍ତି।

ବିଛା: କାର୍ଯ୍ୟକୁ ଆୟତ୍ତାଧୀନ କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ଓ ସମ୍ମାନ ମିଳିବ।

ଧନୁ: ପରିଶ୍ରମର ମୂଲ୍ୟ ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହେବ।

ମକର: ପରାମର୍ଶ ବିନା, ସ୍ବାଧୀନଭାବେ କିଛି କରିବାକୁ ଇଚ୍ଛା କଲେ ତାହା କଷ୍ଟସାଧ୍ୟ ହେବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ରୁଚିକର ଭୋଜନ ମିଳିବ। ସୁସ୍ଥ ଓ ନିରାମୟ ରହିବେ।

କୁମ୍ଭ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଅଧିକ ବ୍ୟୟ ପାଇଁ ଇଚ୍ଛା କରିବେ। କର୍ମ ଚଞ୍ଚଳ ରହିବେ। ସ୍ନେହପୂର୍ଣ୍ଣ କଥାରେ ସହକର୍ମୀମାନଙ୍କୁ ଅପାଣାର କରି କାର୍ଯ୍ୟ ହାସଲ କରିବେ। ଧାର୍ମିକ ପ୍ରବୃତ୍ତିର ହେବେ।

ମୀନ: କର୍ମକ୍ଷେତ୍ର ଉଳମୟ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କର୍ମ ଚଞ୍ଚଳ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିପାରେ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories