www.samajalive.in
Sunday, December 7, 2025
26.1 C
Bhubaneswar

ସେନାକୁ ବଡ଼ ସଫଳତା: ଦିନକରେ ଟଳିଲେ ୫ ଆତଙ୍କୀ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସୁରକ୍ଷାକର୍ମୀଙ୍କୁ ବୁଧବାର ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଆଜି ୫ ଆତଙ୍କୀ ନିପାତ ହୋଇଛନ୍ତି। ତେବେ ଏ ସମ୍ପର୍କରେ ସରକାରୀ ସୂତ୍ରରୁ କୌଣସି ସୂଚନା ଦିଆଯାଇ ନାହିଁ।

ଜଣେ ପୁଲିସ ଅଧିକାରୀ କୁହନ୍ତି, ଦକ୍ଷିଣ କାଶ୍ମୀରର ସୋପିଆନ ଜିଲା ଅନ୍ତର୍ଗତ ସୁଗୁ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ୪୪ ଆରଆର ଏବଂ ସିଆରପିଏଫର ଏକ ମିଳିତ ଟିମ୍‌ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଯବାନମାନେ ଆତଙ୍କବାଦୀଙ୍କୁ ଘେରିଯିବା ପରେ ଉଭୟ ପକ୍ଷ ମଧ୍ୟରେ ଏନକାଉଣ୍ଟର ଘଟିଥିଲା। ସକାଳ ୯ଟା ସୁଦ୍ଧା ଯବାନଙ୍କ ଗୁଳିରେ ୨ ଆତଙ୍କୀ ନିହତ ହୋଇଥିଲେ। ସେହି ଅଞ୍ଚଳରେ ଆଉ କିଛି ଆତଙ୍କୀ ଲୁଚି ରହିଥିବା ଜଣାପଡ଼ିବା ପରେ ସର୍ଚ୍ଚ ଅପରେଶନ ଜାରି ରହିଥିଲା। ପରେ ଆଉ ୩ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଗୋଟିଏ ଦିନରେ ୫ ଆତଙ୍କୀ ନିପାତ ହୋଇଥିବାବେଳେ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories