www.samajalive.in
Monday, December 8, 2025
20.1 C
Bhubaneswar

କୋବିଦ ଲଢ଼େଇରେ ସ୍ବାସ୍ଥ୍ୟ କର୍ମୀ ସେନାପତି; ବ୍ୟକ୍ତିଗତ ସୁରକ୍ଷା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର : କୋଭିଡ ନିୟନ୍ତ୍ରଣ କ୍ଷେତ୍ରରେ ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ। ତେଣୁ ଏହି ସମୟରେ ସମନ୍ବିତ ପର୍ଯ୍ୟବେକ୍ଷଣ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ରାଜ୍ୟରେ କୋଭିଡ ପରିଚାଳନା ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ ଯୋଗଦେଇ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ସମସ୍ତ ସିଡିଏମଓ, ବିଭିନ୍ନ ମେଡିକାଲ କଲେଜର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ, ବିଭିନ୍ନ କୋଭିଡ ହସ୍ପିଟାଲର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସମୟରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।  ମୁଖ୍ୟମନ୍ତ୍ରୀ ସେମାନଙ୍କର ବ୍ୟକ୍ତିଗତ ସ୍ବାସ୍ଥ୍ୟ ନିରାପତ୍ତା ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି। ଦେଖନ୍ତୁ ଭିଡିଓ –

- Advertisement -

ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍ କରିବା ଏବଂ ସୁସ୍ଥତା ହାର ବୃଦ୍ଧି କରିବାରେ ଓଡ଼ିଶାର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ସେମାନଙ୍କ ନିମ​‌ନ୍ତେ ରାଜ୍ୟରେ ସଂକ୍ରମଣ ସଂଖ୍ୟା ନିୟନ୍ତ୍ରଣ ହୋଇ ରହିଛି ।  ତେଣୁ ସ୍ୱାସ୍ଥ୍ୟକର୍ମୀଙ୍କୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ସେ କହିଛନ୍ତି ଯେ, ଆପଣମାନେ କେବଳ ଆପଣଙ୍କ ପରିବାର ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହନ୍ତି, ଆମ ସମସ୍ତଙ୍କ ପାଇଁ ତଥା ସାରା ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ । ତେଣୁ ନିଜର ଯତ୍ନ ଠିକ୍‌ ଭାବରେ ନିଅନ୍ତୁ । ଆଗକୁ ମୌସୁମି ବର୍ଷା ଆରମ୍ଭ ହେବାକୁ ଯାଉଛି। ମୌସୁମି ଋତୁରେ ବିଭିନ୍ନ ସଂକ୍ରାମକ ରୋଗ ହୋଇଥାଏ। ତେଣୁ କୋଭିଡ ନିୟନ୍ତ୍ରଣ କ୍ଷେତ୍ରରେ ଆଗାମୀ କେତେକ ସପ୍ତାହ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ବିଭାଗ ସାରା ରାଜ୍ୟରେ ଘରକୁ ଘର ବୁଲି ସକ୍ରିୟ କୋଭିଡ ପରିସ୍ଥିତି ପର୍ଯ୍ୟବେକ୍ଷଣ କରିବା ସହିତ ଗୁରୁତର ରୋଗୀ, ଯକ୍ଷ୍ମା, ମ୍ୟାଲେରିଆ ଓ ଡାଇରିଆ ଆଦି ରୋଗ ସଂପର୍କରେ ମଧ୍ୟ ପର୍ଯ୍ୟବେକ୍ଷଣ କରିବା ପାଇଁ ସମନ୍ବିତ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories