www.samajalive.in
Monday, December 8, 2025
13.1 C
Bhubaneswar

୩ ମାସ ବୃଦ୍ଧି ହେଲା ୬ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର: ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ପ୍ରଫେସର ଗଣେଶୀ ଲାଲ ବୁଧବାର ଆହୁରି ୩ ମାସ ବୃଦ୍ଧି କରିଛନ୍ତି । କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ କୁହାଯାଇଛି ଯେ, ଜୁଲାଇ ଓ ଅଗଷ୍ଟରେ ଅବଧି ଶେଷ ହେଉଥିବା କୁଳପତିଙ୍କ କାର୍ଯ୍ୟକାଳକୁ ୩ ମାସ ପାଇଁ ବୃଦ୍ଧି କରାଯାଇଛି। କରୋନା ଭୂତାଣୁ ସ୍ଥିତିକୁ ଦୃଷ୍ଟିରେ ରଖି କୁଳପତିମାନଙ୍କର କାର୍ଯ୍ୟକାଳ ବୃଦ୍ଧି କରାଯାଇଥିବା ଜଣାପଡ଼ିଛି।

- Advertisement -

ସୂଚନା ଅନୁଯାୟୀ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅତନୁ କୁମାର ପତିଙ୍କ କାର୍ଯ୍ୟକାଳ ଆସନ୍ତା ଜୁଲାଇ ୨୫ରେ ଶେଷ ହୋଇଥାନ୍ତା। ବାଲେଶ୍ୱରସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସଙ୍କ କାର୍ଯ୍ୟକାଳ ୨୦୨୦ ଅଗଷ୍ଟ ୧ ତାରିଖ ଯାଏଁ ଥିଲା। ସେହିପରି ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳର କୁଳପତି ପ୍ରଫେସର ପ୍ରଦୀପ କୁମାର ଚାନ୍ଦଙ୍କ କାର୍ୟ୍ୟକାଳ ୨୦୨୦ ଅଗଷ୍ଟ ୩୧ରେ ଶେଷ ହେଉଥିଲା।

ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକଙ୍କ କାର୍ଯ୍ୟକାଳ ୨୦୨୦ ଜୁଲାଇ ୩୦ରେ ଶେଷ ହେବାକୁ ଥିଲା। ସେହିପରି ବ୍ରହ୍ମପୁରସ୍ଥିତ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ର ୨୦୨୦ ଜୁଲାଇ ୧୩ ତାରିଖରେ ଅବସର ନେଇଥାନ୍ତେ। ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପଦ୍ମଜା ମିଶ୍ରଙ୍କ କାର୍ଯ୍ୟକାଳ ୨୦୨୦ ଜୁଲାଇ ୧୪ରେ ଶେଷ ହେଉଥିଲା।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories