www.samajalive.in
Friday, December 12, 2025
15.1 C
Bhubaneswar

କର୍ଣ୍ଣାଟକରେ ୫ମ ଶ୍ରେଣୀ ଯାଏଁ ଅନ୍‍ଲାଇନ୍‍ କ୍ଲାସ୍‍ ଉପରେ ପ୍ରତିବନ୍ଧକ ଜାରି

ସମାଜ ପୋର୍ଟାଲ ଡେସ୍କ: କର୍ଣ୍ଣାଟକ ପ୍ରାଥମିକ ଏବଂ ମାଧ୍ୟମିକ ଶିକ୍ଷା ମନ୍ତ୍ରୀ ଏସ୍‍. ସୁରେଶ କୁମାର ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅନ୍‍ଲାଇନ୍‍ କ୍ଲାସ୍‍ ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି। ସେ କହିଛନ୍ତି, ପ୍ରଥମ ଶ୍ରେଣୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟରେ ଅନ୍‍ଲାଇନ୍‍ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଇପାରିବ ନାହିଁ। ଯେଉଁ ବିଦ୍ୟାଳୟଗୁଡ଼ିକ ଅନ୍‍ଲାଇନ୍‍ କ୍ଲାସ୍‍ ଆଳରେ ଅଧିକ ଅର୍ଥ ଦାବି କରୁଛନ୍ତି, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ ସୁରେଶ କୁମାର କହିଛନ୍ତି, ବରିଷ୍ଠ ଶିକ୍ଷାବିତ୍‍ଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ୟପକ୍ଷରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଦିଆଯାଉଥିବା ଅନ୍‍ଲାଇନ୍‍ କ୍ଲାସ୍‍ର ବିଭିନ୍ନ ଦିଗ ଉପରେ ବିଚାର କରିବା ଲାଗି ଏକ କମିଟି ଗଠନ କରାଯାଇଛି ଏବଂ ଏହା ୧୦ ଦିନ ମଧ୍ୟରେ ରିପୋର୍ଟ ଦେବ ବୋଲି ସେ କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories