ସମାଜ ପୋର୍ଟାଲ ଡେସ୍କ: ରାଜ୍ୟରେ ଗୁରୁବାର ଆଉ ୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୩୫୪ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୭୨ ଜଣଙ୍କ ମଧ୍ୟରୁ ଗଂଜାମରୁ ୧୭, ସୋନପୁରରୁ ୯, ବଲାଙ୍ଗୀରରୁ ୭, ଜଗତସିଂହପୁରରୁ ୬, କଟକ, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, ବାଲେଶ୍ୱର ଓ ମୟୁରଭଞ୍ଜରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, କନ୍ଧମାଳ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ ଏବଂ ଝାରସୁଗୁଡ଼ାରୁ ଜଣେ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ମୋଟ ୧ଲକ୍ଷ ୮୮ ହଜାର ୭୪୩ ନମୁନା ପରିକ୍ଷଣ ହୋଇଥିବା ବେଳେ ୩ ହଜାର ୩୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୫୪ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ଏବଂ ୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୧୦୨୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚକିତ୍ସିତ ହେଉଛନ୍ତି।



