www.samajalive.in
Wednesday, December 10, 2025
26.1 C
Bhubaneswar

ପର୍ଯ୍ୟଟକଙ୍କୁ ଆକର୍ଷଣ ନିମନ୍ତେ ଅର୍ବାନ ହାଟର କରାଯିବ ବିକାଶ; ନକ୍ସା ପ୍ରସ୍ତୁତ କଲେ ସରକାର

ଭୁବନେଶ୍ବର : କୋଭିଡ୍‌-୧୯ ପରିସ୍ଥିତିରେ ବୟନ, ହସ୍ତତନ୍ତ, ଓ ହସ୍ତଶିଳ୍ପ କ୍ଷେତ୍ରରେ କାର୍ଯ୍ୟରତ ବୁଣାକାର ଏବଂ କାରିଗରମାନଙ୍କ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରାଯିବ। ଏଥିପାଇଁ ପୁରୀ, ଭୁବନେଶ୍ୱର ଏବଂ କୋଣାର୍କସ୍ଥିତ ଅର୍ବାନ ହାଟର ବିକାଶ ହେବ। ଏହା ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବାରେ ସହାୟକ ହୋଇପାରିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।
ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ଅର୍ବାନ ହାଟଗୁଡ଼ିକରେ ବୁଣାକାର ଓ କାରିଗରମାନେ ବର୍ଷସାରା ସେମାନଙ୍କ ଉତ୍ପାଦିତ ସାମଗ୍ରୀ ସିଧାସଳଖ ଘରୋଇ ଏବଂ ଅନ୍ତର୍ଜାତୀୟ ପର୍ଯ୍ୟଟକମାନଙ୍କୁ ବିକ୍ରି କରିପାରିବେ। ଏହା ସେମାନଙ୍କ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଡ୍‌କୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଂଜୟ କୁମାର ସିଂ ଏବଂ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଶାସନ ସଚିବ ଶୁଭା ଶର୍ମା ପ୍ରମୁଖ ଯୋଗ ଦେଇଥିଲେ ।

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories