www.samajalive.in
Tuesday, December 9, 2025
26.1 C
Bhubaneswar

କରୋନା ଯୋଦ୍ଧାଙ୍କୁ କରୋନା : ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ୨ ମହିଳା ଡାକ୍ତରଙ୍କୁ କରୋନା

ଭବାନୀପାଟଣା : କଳାହାଣ୍ଡି ଜିଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦୁଇ ମହିଳା ଡାକ୍ତର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି।

ସୂଚନାଅନୁସାରେ ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ କ୍ବାରେଣ୍ଟାଇନ ସେଣ୍ଟରରେ ୭ଦିନ  ରହିବା ପରେ ଘରେ ଆଉ ୭ଦିନ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିଲେ। ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ସମୟରେ ପ୍ରବାସୀ ଜଣକ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଯାଇଥିଲେ। ସେଠାରେ ଉକ୍ତ ୨ ମହିଳା ଡାକ୍ତର ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। କରୋନା ଟେଷ୍ଟ୍‌ କରାଯିବା ପରେ ସମ୍ପୃକ୍ତ ପ୍ରବାସୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହାପରେ ତାଙ୍କର ଚିକତ୍ସା କରିଥିବା ୨ ମହିଳା ଡାକ୍ତରଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯାଇଥିଲା। ସେମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଦୁଇ ଡାକ୍ତରଙ୍କୁ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇ ସେମାନଙ୍କର ଚିକିତ୍ସା କରାଯାଉଛି।

- Advertisement -

ବର୍ତ୍ତମାନ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ​‌କେନ୍ଦ୍ରକୁ ସାନିଟାଇଜ କରାଯିବା ସହ ସମସ୍ତ ଷ୍ଟାଫଙ୍କ ସ୍ୱାବ୍ ପରୀକ୍ଷା ପାଇଁ ପଠାଯାଇଛି।ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସାମୟିକ ସମୟ ପାଇଁ ସଟଡାଉନ କରିଦିଆଯାଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories