www.samajalive.in
Monday, December 8, 2025
20.1 C
Bhubaneswar

ଚିନ୍ତା ବଢ଼ାଉଛି କରୋନା; ୧୧ ହଜାର ଟପିଲା ଦୈନିକ ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ପାର ହୋଇଥିବା​‌ବେଳେ ଦୈନିକ ଆକ୍ରାନ୍ତ ସଂଖ୍ୟା ୧୧ ହଜାର ଅତିକ୍ରମ କରିଛି। ଶନିବାର ସକାଳ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮ ହଜାର ୯୯୩କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୧୧ ହଜାର ୪୫୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୩୮୬ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୮୮୪ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଟପିଯାଇଛି। ଏବେ ସୁଦ୍ଧା ଏହି ରାଜ୍ୟରେ ୧ ଲକ୍ଷ ୧ ହଜାର ୧୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୭୧୭ ଜଣଙ୍କ ମୃତ୍ୟୁ ଘଟିଛି।

ଦେଶରେ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୫୪ ହଜାର ହଜାର ୩୩୦ ଜଣ ସୁସ୍ଥ ହୋଇଥିବାବେଳେ ୧ ଲକ୍ଷ ୪୫ ହଜାର ୭୭୯ ଜଣ ସକ୍ରିୟ ଆକ୍ରାନ୍ତ ଥିବା କୁହାଯାଇଛି। ଆରୋଗ୍ୟ ହାର ବୃଦ୍ଧି ପାଉଥିବାରୁ ଏହା ଅଶ୍ଵସ୍ତିକର ବିଷୟ ହୋଇଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories