www.samajalive.in
Monday, December 8, 2025
27.1 C
Bhubaneswar

୮,୮୧୬ ଚାଷୀଙ୍କ ନାମ ପଞ୍ଜୀକରଣ, ସଂଗ୍ରହ ହେଲା ୨୨ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଡାଲି ଓ ତୈଳବୀଜ

ଭୁବନେଶ୍ବର: ଚଳିତ ରବିଧାନ ସଂଗ୍ରହ ନିମନ୍ତେ ୧୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାର୍ଯ୍ୟ କରାଯାଇଥିବାବେଳେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ଧାନ ସଂଗ୍ରହ କରାଯାଇଛି । ଏ ପର୍ଯ୍ୟନ୍ତ ୧୧ ଲକ୍ଷ ୮୬ ହଜାର ମେଟ୍ରିକ୍‌ ଟନ୍‌ରୁ ଅଧିକ ଧାନ ସଂଗ୍ରହ କରାଯାଇଛି। ରବି ଧାନ ସଂଗ୍ରହ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରବିଧାନ ବିକ୍ରି ନିମନ୍ତେ ରାଜ୍ୟରେ ୨ ଲକ୍ଷ ୫୭ ହଜାର ୮୯୧ ଜଣ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ଗତବର୍ଷ ତୁଳନାରେ ଚଳିତ ବର୍ଷ ୨୦ ପ୍ରତିଶତ ଅଧିକ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ରବି ୨୦୧୯-୨୦ ବର୍ଷରେ ରାଜ୍ୟରେ ମୂଲ୍ୟ ସହାୟକ ଯୋଜନାରେ ସମବାୟ ବିଭାଗ ପକ୍ଷରୁ ପ୍ରାଥମିକ କୃଷି ସେବା ସମବାୟ ସମିତି (ପ୍ୟାକ୍ସ) ଜରିଆରେ ୨୨ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଡାଲି ଓ ତୈଳବୀଜ ଚାଷୀମାନଙ୍କଠାରୁ ସଂଗ୍ରହ କରାଯାଇଛି। ଧାନ ସଂଗ୍ରହ କାର୍ଯ୍ୟ ଚାଲୁ ରହିଛି। ଡାଲି ଓ ତୈଳବୀଜ ସଂଗ୍ରହ ନିମନ୍ତେ ଗତବର୍ଷ ୮,୮୧୬ ଜଣ ଚାଷୀ ସେମାନଙ୍କ ନାମ ପଂଜୀକରଣ କରିଥିବାବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୧୭ ହଜାରରୁ ଊର୍ଦ୍ଧ୍ୱ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories