www.samajalive.in
Thursday, December 11, 2025
15.1 C
Bhubaneswar

ସବୁ ଜିଲାକୁ ଛୁଇଁଲା ମୌସୁମି : ରଜ ତିନି ଦିନ ବର୍ଷା

ଭୁବନେଶ୍ବର :  ଆସନ୍ତା ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଅଧିକ ବର୍ଷିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମି ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ସମେତ ରାଜ୍ୟର ଅନ୍ୟ କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଉପରୋକ୍ତ ଆଠ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ। ରାଜ୍ୟର ପ୍ରାୟ ସବୁ ଜିଲାକୁ ମୌସୁମି ଛୁଇଁ ସାରିଥିବା ବେଳେ ଏଥିପାଇଁ ପାଗ ଅନୁକୂଳ ରହିଛି। ଆନ୍ଧ୍ର ପ୍ରଦେଶର ଉତ୍ତର ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଓ ଉପକୂଳ ଓଡ଼ିଶା ଭିତରେ ଥିବା ଲଘୁଚାପ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲାରେ ସର୍ବାଧିକ ୬୫.୭ ମିମି ବର୍ଷା ହୋଇଥିବା ବେଳେ ପାରଳାଖେମୁଣ୍ଡିରେ ୬୫ ମିମି, ସୋନପୁରରେ ୩୭.୪ ମିମି, ବାଲେଶ୍ବରରେ ୨୯.୭ ମିମି, ଝାରସୁଗୁଡ଼ାରେ ୨୭.୯ ମିମି, କୋରାପୁଟରେ ୨୨.୪ ମିମି, ଟିଟିଲାଗଡ଼ରେ ୨୧ ମିମି, ଦାରିଙ୍ଗିବାଡ଼ିରେ ୧୭ ମିମି, କଟକ ଓ ଅନୁଗୋଳରେ ୧୨.୪ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories