www.samajalive.in
Friday, December 12, 2025
14.1 C
Bhubaneswar

ଚିନ୍ତା ବଢ଼ାଉଛି କରୋନା : ଦେଶରେ ୯ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ପାର ହୋଇଥିବା​‌ବେଳେ ଦୈନିକ ଆକ୍ରାନ୍ତ ସଂଖ୍ୟା ୧୧ ହଜାର ଅତିକ୍ରମ କରିଛି। ରବିବାର ସକାଳ ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୯୨୨କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୧୧ ହଜାର ୯୨୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା ବର୍ତ୍ତମାନ ସୁଦ୍ଧା ଦୈନିକ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ। ଏଥି ସହିତ ୨୪ ଘଣ୍ଟାରେ ଦେଶରେ ୩୧୧ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।


କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ଦେଶରେ ଦେଶ​ରେ ୩ ଲକ୍ଷ ୨୦ ହଜାର ୯୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଉଛନ୍ତି । ସେଥିମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧ ଲକ୍ଷ ୬୨ ହଜାର ୩୭୯ ଜଣ ଆକ୍ରାନ୍ତ ଏବଂ ଦେଶରେ ବର୍ତ୍ତମାନ ସୁଦ୍ଧା ୯ ହଜାର ୧୯୫ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ସେହିପରି ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ୧ ଲକ୍ଷ ୪୯ ହଜାର ୩୪୮ ଜଣ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

Related Articles

Popular Categories