www.samajalive.in
Monday, December 8, 2025
27.1 C
Bhubaneswar

ଓଡିଶାବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀ ରଜ ପର୍ବ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇ ଟ୍ବିଟ୍ କରି ଲେଖିଛନ୍ତି ଯେ ବିଶେଷ ଉତ୍ସବ ‘ରଜ ପର୍ବ’ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ଏହି ଅବସର ଆମ ସମାଜରେ ଆନନ୍ଦ ଓ ଭାତୃତ୍ୱକୁ ଆହୁରି ଦୃଢ଼ କରୁ । ରାଜ୍ୟବାସୀଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରୁଛି ।


ସେହିପରି ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ ଟ୍ବିଟ କରି ଲେଖିଛନ୍ତି ଯେ ଏହି ପର୍ବର ଚିରନ୍ତନ ଭାବବୋଧ ସମସ୍ତଙ୍କର ଧେୟ ହେଉ। ସାମ୍ପ୍ରତିକ କରୋନାକାଳୀନ ପରିସ୍ଥିତିରେ ରଜ ପର୍ବ ଯେଉଁ ଚେତନାର ପ୍ରତୀକ,ତାହା ଏବେ ଆହୁରି ପ୍ରାସଙ୍ଗିକ ଥିବା ଉଲ୍ଲେଖ କରିଛନ୍ତି ।

- Advertisement -


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି ଯେ ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜିବାର ଓ ସମ୍ମାନ ଜଣାଇବାର ଏହା ହେଉଛି ଆମର ଅନନ୍ୟ ପରମ୍ପରା । ଆସନ୍ତୁ, କୋଭିଡ୍‌-୧୯ର ସମସ୍ତ ନିୟମ ମାନି ଘରେ ରହି ଏଥର ରଜ ପର୍ବକୁ ସ୍ୱତନ୍ତ୍ର କରିବା ।

Hot this week

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

Related Articles

Popular Categories