www.samajalive.in
Sunday, December 7, 2025
14.1 C
Bhubaneswar

ଆଉ ୧୪୬ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୫୫ରେ ପହଞ୍ଚିଛି। ସୋମବାର ଚିହ୍ନଟ ହୋଇଥିବା ୧୪୬ ଜଣଙ୍କ ମଧ୍ୟରୁ ୧୨୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି ।

- Advertisement -

ଆଜି ଚିହ୍ନଟ ହୋଇଥିବା ୧୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କନ୍ଧମାଳ ଜିଲାରୁ ସର୍ବାଧିକ ୪୮ ଜଣ ରହିଛନ୍ତି । ସେହିପରି ଭଦ୍ରକ ଜିଲାରୁ ୧୯ଜଣ, ଖୋର୍ଦ୍ଧା ଜିଲାରୁ ୭ ଜଣ, ନୟାଗଡ ଜିଲାରୁ ୪, ଝାରସୁଗୁଡା ଜିଲାରୁ ଜଣେ, ରାୟଗଡା ଜିଲାରୁ ୫ଜଣ, କଟକ ଜିଲାରୁ ୧୯ଜଣ, ଜଗତସିଂହପୁର ୪ଜଣ, ବାଲେଶ୍ୱର ଜିଲାରୁ ୮ଜଣ, ଢେଙ୍କାନାଳ ଜିଲାରୁ ଜଣେ, ଅନୁଗୁଳ ଜିଲାରୁ ୬ଜଣ, ଗଞ୍ଜାମ ଜିଲାରୁ ୮ଜଣ, ସୋନପୁର ଜିଲାରୁ ୨ଜଣ,  ସମ୍ବଲପୁର ଜିଲାରୁ ଜଣେ, ସୁନ୍ଦରଗଡ ଜିଲାରୁ ୪ଜଣ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୯ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହି କର୍ମଚାରୀମାନେ ପଶ୍ଚିମବଙ୍ଗରୁ ଅମ୍ଫାନ୍‌ର ସହାୟତା କାମ ସାରି ଫେରିଥିଲେ ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୨୫ ହଜାର ୧୩ ଟି ନମୂନା ପରୀକ୍ଷା କରାଯାଇଛି । ସେଥିମଧ୍ୟରୁ ୪୦୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୩୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories