www.samajalive.in
Friday, December 5, 2025
17.1 C
Bhubaneswar

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କଠାରେ କରୋନା ଲକ୍ଷଣ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳିଛି। ତାଙ୍କୁ ପ୍ରବଳ ଜ୍ଵର ହୋଇଥିବାବେଳେ ସେ ଶ୍ଵାସକ୍ରିୟାରେ କଷ୍ଟ ଅନୁଭବ କରିବା ପରେ ତାଙ୍କୁ ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରଯାଇଛି।

ସୂଚନା ଅନୁସାରେ, ଗତ ୨ ଦିନ ଧରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିଲା। ଦେହ ଅଧିକ ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର କରୋନା ପରୀକ୍ଷା କରାଯାଇଛି। ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିପାରେ ବୋଲି କୁହାଯାଉଛି। ସତ୍ୟେନ୍ଦ୍ର ଜୈନ୍‌ ଟ୍ବିଟ୍‌ କରି କହିଛନ୍ତି, ପ୍ରବଳ ଜ୍ଵର ଏବଂ ଅକ୍ସିଜେନ ସ୍ତର ହ୍ରାସ ପାଇବାରୁ ମୁଁ ଗତ ରାତିରେ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି ହୋଇଛି। ମୁଁ ଆପଣମାନଙ୍କୁ ମୋ ସ୍ବାସ୍ଥ୍ୟ ବିଷୟରେ ଅପ୍‌ଡେଟ ସୂଚନା ଦେବା ଜାରି ରଖିବି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories