www.samajalive.in
Saturday, December 6, 2025
16.1 C
Bhubaneswar

ଚିନ୍ତା ବଢ଼ାଇଲା କରୋନା; ଦିନକରେ ୨୦୦୩ ମୃତ, ୧୧ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ମହାମାରୀ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ଧାରଣ କରୁଛି। ଗତ ୨୪ ଘଣ୍ଟାର ତଥ୍ୟ ମୁଣ୍ଡବିନ୍ଧାର କାରଣ ପାଲଟିଛି। କାରଣ ଏହି ୨୪ ଘଣ୍ଟାରେ ଦେଶରେ ୨୦୦୩ ରୋଗୀ କରୋନାରେ ପ୍ରାଣ ହରାଇଛନ୍ତି, ଯାହା ବର୍ତ୍ତମାନ ସୁଦ୍ଧା କୌଣସି ଗୋଟିଏ ଦିନରେ ସର୍ବାଧିକ। କାରଣ ପୂର୍ବରୁ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ରୁ ୪୦୦ ମଧ୍ୟରେ ରହୁଥିଲାବେଳେ ହଠାତ୍‌ ତାହା ୨୦୦୦ ଅତିକ୍ରମ କରିବା ବେଶ୍‌ ଚିନ୍ତାର ବିଷୟ ପାଲଟିଛି।ଏହା ସହିତ ଦେଶରେ ମୃତ୍ୟୁ ସଂଖ୍ୟା ୧୧ ହଜାର ଟପିଯାଇଛି। ୧୧ ହଜାର ୯୦୩ ଜଣ ଏହି ଭୂତାଣୁରେ ପ୍ରାଣ ହରାଇଛନ୍ତି।

ସେହିପରି ଗୋଟିଏ ଦିନରେ ୧୦ ହଜାର ୯୭୪ ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ୧ ଲକ୍ଷ ୫୫ ହଜାର ୨୨୭ ରୋଗୀ ସକ୍ରିୟ ଥିବାବେଳେ ୧ ଲକ୍ଷ ୮୬ ହଜାର ୯୩୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ମହାରାଷ୍ଟ୍ରରେ ରୋଗୀ ସଂଖ୍ୟା ୧ ଲକ୍ଷ ୧୩ ହଜାର ୪୪୫ରେ ପହଞ୍ଚିଛି। ଏହି ରାଜ୍ୟରେ ୫୫୩୭ ଜଣ ରୋଗୀ ପ୍ରାଣ ହରାଇଥିବା ସୂଚନା ମିଳିଛି। ଗତ ୨୪ ଘଣ୍ଟାରେ କେବଳ ମହାରାଷ୍ଟ୍ରରେ ୧୪୦୯ ଜଣ ପ୍ରାଣ ହରାଇଛନ୍ତି। ସେହିପରି ଦିଲ୍ଲୀରେ ଗୋଟିଏ ଦିନରେ ୪୩୭ ଜଣଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ୧୮୩୭ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ୬୮୮ ରହିଛି। ଏହା ବ୍ୟତୀତ ତାମିଲନାଡୁରେ ସଂକ୍ରମିତଙ୍କ ସଂଖ୍ୟା ୪୮ ହଜାର ୧୯ ଏବଂ ମୃତ୍ୟୁ ସଂଖ୍ୟା ୫୨୮ ରହିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories