www.samajalive.in
Monday, December 8, 2025
24.1 C
Bhubaneswar

ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ବର : ବାଲେଶ୍ବର ବିଜେପି ସଦର ବିଧାୟକ ମଦନମୋହନ ଦତ୍ତଙ୍କ ବୁଧବାର ଦେହାନ୍ତ ହୋଇଛି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧିନ ଥିବା ସମୟରେ ତଙ୍କର ମୃତ୍ୟୁ ଘଟିଛି । ଆଜକୁ ବର୍ଷେ ହେବ ସେ ଯକୃତ ରୋଗରେ ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ସେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ମଦନ ମୋହନ ପରଲୋକ ନେଇ ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି ।

୨୦୧୯ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ସଦରରୁ ବିଧାୟକ ଭାବେ ବିଜେପି ଟିକଟରେ ନିର୍ବାଚିତ ହୋଇଥିଲେ । ଜଣେ ଲୋକପ୍ରିୟ ଓ ତୃଣମୂଳ ସ୍ତରର ନେତା ଭାବେ ବେଶ ପରିଚିତ ମଦନ ମୋହନଙ୍କ ପୂର୍ବରୁ ରେମୁଣା ବ୍ଲକ ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦର ଉପସଭାପତି ଥିଲେ ।

- Advertisement -

ବୈଜୟନ୍ତ ପଣ୍ଡାଙ୍କ ଶୋକ : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ବାଲେଶ୍ବର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଜଣେ ଦକ୍ଷ ସଂଗଠକ ଥିଲେ ଏବଂ ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ କ୍ଷତି ହୋଇଛି ବୋଲି ପଣ୍ଡା ନିଜର ଶୋକ ବାର୍ତ୍ତାରେ କହିଛନ୍ତି । ପଣ୍ଡା ମଦନମୋହନଙ୍କ ପୁଅ ମାନସ ଦତ୍ତଙ୍କ ସହ କଥାହୋଇ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜ୍ଞାପନ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories