www.samajalive.in
Tuesday, December 9, 2025
16.1 C
Bhubaneswar

ଶୁକ୍ରବାର ରାଶିଫଳ ୧୯। ୦୬। ୨୦୨୦

ମେଷ: ଶ୍ରମ ସାର୍ଥକ ହେବ। ପରମ ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସପତ୍ନୀକ ସୁଖ ଅନୁଭବ କରିପାରନ୍ତି। ମିତ୍ରସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଐଶ୍ବର୍ୟ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ମିଳିବ।
ମିଥୁନ: କାର୍ଯ୍ୟରେ ଅସ୍ଥିରତା ଲାଗି ରହିବ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। କର୍ମ ଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି।
କର୍କଟ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯାନବାହନ ସୁଖ ମିଳିପାରେ। ବହୁ ସୁଖର ଅଧିକାରୀ ହେବେ। ଅର୍ଥ ମିଳିବ। କରିତ୍‌କର୍ମା ହେବେ।
ସିଂହ: ସୁଖ-ସମୃଦ୍ଧିର ମୂଳଦୁଆ ପକାଇ ପାରନ୍ତି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସଦିଚ୍ଛା ଭାବ ରହିବ।
କନ୍ୟା: ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନ ବିତିପାରେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଜୀବନ ସୁଖପ୍ରଦ ହେବ।
ତୁଳା: ଅସୁସ୍ଥତା ସାମାନ୍ୟ ହେଲେ ବି ବିଶ୍ରାମ ଗ୍ରହଣ କରିବାକୁ ଇଚ୍ଛାପ୍ରକାଶ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ପାଇବେ। ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା ମନା।
ବିଛା: ଶୁଭକାର୍ଯ୍ୟରେ ମନ ରହିବ। ବ୍ୟବସାୟ ଲାଭଜନକ ହେବ। ମନରେ ସେବା ଭାବ ଜାଗ୍ରତ ହୋଇପାରେ। ସ୍ବକାର୍ଯ୍ୟର ସ୍ବଚ୍ଛତା ପାଇଁ ଗର୍ବିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ। ସୁଖୀ ହେବେ।
ଧନୁ: ଆମୋଦ-ପ୍ରମୋଦରେ କିଛି ସମୟ କଟାଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହେବେ।
ମକର: ଭୋଗ-ବିଳାସ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବିଭିନ୍ନ ଦିଗରୁ ଅର୍ଥ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।
କୁମ୍ଭ: କେହି ଆପଣଙ୍କୁ ପ୍ରତାରିତ କରିବାକୁ ଉଦ୍ୟମ କରି ବିଫଳ ହେବେ। ଉଦାର ସ୍ବଭାବର ହେବେ। ଦାନ-ଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। ବ୍ୟକ୍ତିତ୍ବ ବିକଶିତ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ମୀନ: ବିବାଦରେ ବିଜୟୀ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ପରିବାରରୁ ଆଦର, ସମ୍ମାନ ପାଇବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories